ବୋଲେରୋରୁ ମିଳିଲା ୨ଲକ୍ଷ ୬୪ ହଜାରରୁ ଅଧିକ ଟଙ୍କା

ବାରିପଦା,୧୨।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଶାମାଖୁଣ୍ଟା ବ୍ଳକ ରଙ୍ଗମାଟିଆ ଛକରୁ ଏକ ବୋଲେରୋ ଗାଡିରୁ ବିପୁଳ ପରିମାଣର ଟଙ୍କା ଜବତ କରାଯାଇଛି । ୪ ନମ୍ବର ଫ୍ଲାଇଂ ସ୍କ୍ବାଡ୍‌ ଅଧିକାରୀମାନେ ଯାଞ୍ଚ କରିବା ସମୟରେ ଏକ ବ୍ୟାଗରୁ ୨ଲକ୍ଷ ୬୪ହଜାର ୫ଶହ ଟଙ୍କା ଜବତ କରିଛନ୍ତି । ଜବତ ଟଙ୍କା ସମ୍ପର୍କରେ ସନ୍ତୋଷ ଜନକ ପ୍ରମାଣ ମିଳି ନ ଥିବାରୁ ଉକ୍ତ ଟଙ୍କାକୁ ଜିଲା ଟ୍ରେଜେରି କାର୍ଯ୍ୟାଳୟରେ ରଖାଯାଇଛି।

ସୂଚନାଯୋଗ୍ୟ, ଜିଲାରେ ଅବାଧ, ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭୋଟରଙ୍କୁ ଅର୍ଥ ଦେଇ ପ୍ରଭାବିତ କରିବାକୁ ଅପଚେଷ୍ଟା ଏବଂ ଦୁର୍ନୀତି ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ଗ୍ରହଣ କରାଯାଇଛି । ଏହି ପରିପ୍ରେକ୍ଷୀରେ ଏକ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ସୋମବାର ଫ୍ଲାଇଂ ସ୍କ୍ବାଡ୍‌ ଅଧିକାରୀମାନେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ରଙ୍ଗମାଟିଆରେ ଯାନବାହାନ ଯାଞ୍ଚ କରୁଥିଲେ । ସେତିକିବେଳେ ଏକ ବୋଲେରୋ(ନଂ.ଓଡି୧୧ଏସ୍‌-୯୫୬୫)ଗାଡିକୁ ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଅଧିକାରୀମାନେ ବାରିପଦା ସଦର ଥାନା ଅଧୀନ ସିନ୍ଦୂୂରଗୌରା ଗ୍ରାମର ରଜନୀକାନ୍ତ ମହାନ୍ତ(୩୮)ଙ୍କ ଏକ ବ୍ୟାଗରୁ ୨ଲକ୍ଷ ୬୪ହଜାର ୫ଶହରୁ ଅଧିକ ଟଙ୍କା ମିଳିଥିଲା।

ଜବତ ଟଙ୍କା ସମ୍ପର୍କରେ ରଜନୀକାନ୍ତ ସନ୍ତୋଷ ଜନକ ଉତ୍ତର ଦେଇପାରି ନ ଥିଲେ। ଫଳରେ ଜବତ ଟଙ୍କାକୁ ବାରିପଦା ସରକାରୀ ଟ୍ରେଜେରିରେ ରଖାଯାଇଛି । ଉକ୍ତ ଘଟଣାକୁ ନେଇ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାରିପଦା ସଦର ଥାନା ଆଇଆଇସିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଚଢ଼ାଉରେ ମାଜିଷ୍ଟ୍ରେଟ ସୁକାନ୍ତ କୁମାର ସୱାଇଁ, ତନ୍ମୟ କୁମାର ମାହାନା, ଏସ୍‌ ବେହେରା, ପି.ନାଏକ, ଓପିକେ ମହାକୁଡ ପ୍ରମୁଖ ସାମିଲ ଥିଲେ। ତେବେ ଘଟଣାରେ ସମ୍ପୃକ୍ତ ଯୁବକ ଜଣକ ଏକ ପ୍ରମୁଖ ରାଜନୈତିକ ଦଳର ଯୁବନେତା ବୋଲି ଜଣାପଡିଛି। ନାମାଙ୍କନ ରାଲିରେ ଖର୍ଚ୍ଚ ହେବାପାଇଁ ଏହି ଟଙ୍କା ଯାଉଥିଲା ବୋଲି ଚର୍ଚ୍ଚା ହେଉଛି। ତଦନ୍ତ ପରେ ଏହାର ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri