ବୋଲେରୋରୁ ମିଳିଲା ୨ଲକ୍ଷ ୬୪ ହଜାରରୁ ଅଧିକ ଟଙ୍କା

ବାରିପଦା,୧୨।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଶାମାଖୁଣ୍ଟା ବ୍ଳକ ରଙ୍ଗମାଟିଆ ଛକରୁ ଏକ ବୋଲେରୋ ଗାଡିରୁ ବିପୁଳ ପରିମାଣର ଟଙ୍କା ଜବତ କରାଯାଇଛି । ୪ ନମ୍ବର ଫ୍ଲାଇଂ ସ୍କ୍ବାଡ୍‌ ଅଧିକାରୀମାନେ ଯାଞ୍ଚ କରିବା ସମୟରେ ଏକ ବ୍ୟାଗରୁ ୨ଲକ୍ଷ ୬୪ହଜାର ୫ଶହ ଟଙ୍କା ଜବତ କରିଛନ୍ତି । ଜବତ ଟଙ୍କା ସମ୍ପର୍କରେ ସନ୍ତୋଷ ଜନକ ପ୍ରମାଣ ମିଳି ନ ଥିବାରୁ ଉକ୍ତ ଟଙ୍କାକୁ ଜିଲା ଟ୍ରେଜେରି କାର୍ଯ୍ୟାଳୟରେ ରଖାଯାଇଛି।

ସୂଚନାଯୋଗ୍ୟ, ଜିଲାରେ ଅବାଧ, ଶାନ୍ତିପୂର୍ଣ୍ଣ ନିର୍ବାଚନ ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭୋଟରଙ୍କୁ ଅର୍ଥ ଦେଇ ପ୍ରଭାବିତ କରିବାକୁ ଅପଚେଷ୍ଟା ଏବଂ ଦୁର୍ନୀତି ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡା ସୁରକ୍ଷା ଗ୍ରହଣ କରାଯାଇଛି । ଏହି ପରିପ୍ରେକ୍ଷୀରେ ଏକ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ସୋମବାର ଫ୍ଲାଇଂ ସ୍କ୍ବାଡ୍‌ ଅଧିକାରୀମାନେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ରଙ୍ଗମାଟିଆରେ ଯାନବାହାନ ଯାଞ୍ଚ କରୁଥିଲେ । ସେତିକିବେଳେ ଏକ ବୋଲେରୋ(ନଂ.ଓଡି୧୧ଏସ୍‌-୯୫୬୫)ଗାଡିକୁ ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଅଧିକାରୀମାନେ ବାରିପଦା ସଦର ଥାନା ଅଧୀନ ସିନ୍ଦୂୂରଗୌରା ଗ୍ରାମର ରଜନୀକାନ୍ତ ମହାନ୍ତ(୩୮)ଙ୍କ ଏକ ବ୍ୟାଗରୁ ୨ଲକ୍ଷ ୬୪ହଜାର ୫ଶହରୁ ଅଧିକ ଟଙ୍କା ମିଳିଥିଲା।

ଜବତ ଟଙ୍କା ସମ୍ପର୍କରେ ରଜନୀକାନ୍ତ ସନ୍ତୋଷ ଜନକ ଉତ୍ତର ଦେଇପାରି ନ ଥିଲେ। ଫଳରେ ଜବତ ଟଙ୍କାକୁ ବାରିପଦା ସରକାରୀ ଟ୍ରେଜେରିରେ ରଖାଯାଇଛି । ଉକ୍ତ ଘଟଣାକୁ ନେଇ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାରିପଦା ସଦର ଥାନା ଆଇଆଇସିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଚଢ଼ାଉରେ ମାଜିଷ୍ଟ୍ରେଟ ସୁକାନ୍ତ କୁମାର ସୱାଇଁ, ତନ୍ମୟ କୁମାର ମାହାନା, ଏସ୍‌ ବେହେରା, ପି.ନାଏକ, ଓପିକେ ମହାକୁଡ ପ୍ରମୁଖ ସାମିଲ ଥିଲେ। ତେବେ ଘଟଣାରେ ସମ୍ପୃକ୍ତ ଯୁବକ ଜଣକ ଏକ ପ୍ରମୁଖ ରାଜନୈତିକ ଦଳର ଯୁବନେତା ବୋଲି ଜଣାପଡିଛି। ନାମାଙ୍କନ ରାଲିରେ ଖର୍ଚ୍ଚ ହେବାପାଇଁ ଏହି ଟଙ୍କା ଯାଉଥିଲା ବୋଲି ଚର୍ଚ୍ଚା ହେଉଛି। ତଦନ୍ତ ପରେ ଏହାର ସତ୍ୟାସତ୍ୟ ସାମ୍ନାକୁ ଆସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

କର୍ଲାମୁଣ୍ଡାରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା, ଭାଜପା….

କର୍ଲାମୁଣ୍ଡା,୧୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ମଣ୍ଡଳ ଭାଜପା ପକ୍ଷରୁ ମଣ୍ଡଳ ସଭାପତି ଡୋଳା ମଣୀ ଭୋଇଙ୍କ ନେତୃତ୍ୱରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଗୁରୁବାର…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri