ଆକାଶିଆ ସମୁଦ୍ରକୂଳରେ ୨୦ରୁ ଊର୍ଦ୍ଧ୍ୱ କଇଁଛ ମୃତଦେହ

ବାଲିକୁଦା,୧୬ା୧(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକସ୍ଥିତ ଆକାଶିଆ ସମୁଦ୍ର କୂଳର ବିଭିନ୍ନ ସ୍ଥାନରେ ୨୦ରୁ ଊର୍ଦ୍ଧ୍ୱ କଇଁଛ ମୃତଦେହ ପଡ଼ିଛି। ଏସବୁ ମୃତଦେହ ପଚିଶଢ଼ି ଯିବାରୁ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିବାବେଳେ ବନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ହାୱାଖାନା ବନପାଳଙ୍କ ଅଧୀନରେ ଏହି ଅଞ୍ଚଳ ଆସୁଥିବାବେଳେ କାର୍ଯ୍ୟାଳୟଠାରୁ ମାତ୍ର ୧୦୦ ମିଟର ଦୂରରେ କଇଁଛଙ୍କ ମୃତଦେହ ପଡ଼ିଛି। ମାତ୍ର ବିଭାଗୀୟ ଅଧିକାରୀ ଘଟଣା ସମ୍ପର୍କରେ ଅବଗତ ନ ଥିବା କହୁଛନ୍ତି। ଆଉ କିଛି ଦିନପରେ ଅଲିଭ୍‌ରିଡ୍‌ଲେ କଇଁଛ ଗଭୀର ସମୁଦ୍ରରୁ କୂଳକୁ ଆସି ଅଣ୍ଡାଦାନ କରିବେ। ସେମାନେ ଆସୁଥିବା ବାଟରେ ମାଛ ଧରା ଟ୍ରଲର ସହ ଧକ୍କା ହୋଇଥିଲେ କଇଁଛଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ପରେ ସମୁଦ୍ର ଲହରୀରେ ଭାସିଆସି କୂଳରେ ପଡ଼ିଥିବା ନେଇ ପରିବେଶବିତ୍‌ମାନେ ସନ୍ଦେହ ପ୍ରକାଶ କରୁଛନ୍ତି। ଅଲିଭ୍‌ରିଡ୍‌ଲେଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ନିର୍ଦ୍ଦେଶାନୁସାରେ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଥିବା କୁହାଯାଉଛି। ମାଛଧରା ଟ୍ରଲର ଯାତାୟାତ ଉପରେ କଟକଣା ଲଗାଯାଇଛି। ବିଭାଗ ପକ୍ଷରୁ ସମୁଦ୍ରକୂଳରେ ୨୪ ଘଣ୍ଟିଆ ପଇଁତରା ମାରିବା ପାଇଁ କର୍ମଚାରୀ ନିଯୁକ୍ତି ପାଇଛନ୍ତି। ହେଲେ ଏତେ ସଂଖ୍ୟକ କଇଁଛଙ୍କ ମୃତ୍ୟୁକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏ ସମ୍ପର୍କରେ ହାୱାଖାନା ବନପାଳ ସଞ୍ଜୀବ କୁମାର ଦାସଙ୍କୁ ପଚାରିବାରୁ ସେ ମୃତ କଇଁଛ ସମ୍ପର୍କରେ କିଛି ଜାଣି ନ ଥିବା କହିଛନ୍ତି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳର ସୁବୋଧ ବିଶ୍ୱାଳ, ସୁରେଶ ଚନ୍ଦ୍ର ସ୍ବାଇଁ, ଜୟନ୍ତ ହାତୀ, ବିପିନ ହାତୀ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri