ଆକାଶିଆ ସମୁଦ୍ରକୂଳରେ ୨୦ରୁ ଊର୍ଦ୍ଧ୍ୱ କଇଁଛ ମୃତଦେହ

ବାଲିକୁଦା,୧୬ା୧(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକସ୍ଥିତ ଆକାଶିଆ ସମୁଦ୍ର କୂଳର ବିଭିନ୍ନ ସ୍ଥାନରେ ୨୦ରୁ ଊର୍ଦ୍ଧ୍ୱ କଇଁଛ ମୃତଦେହ ପଡ଼ିଛି। ଏସବୁ ମୃତଦେହ ପଚିଶଢ଼ି ଯିବାରୁ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଥିବାବେଳେ ବନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ହାୱାଖାନା ବନପାଳଙ୍କ ଅଧୀନରେ ଏହି ଅଞ୍ଚଳ ଆସୁଥିବାବେଳେ କାର୍ଯ୍ୟାଳୟଠାରୁ ମାତ୍ର ୧୦୦ ମିଟର ଦୂରରେ କଇଁଛଙ୍କ ମୃତଦେହ ପଡ଼ିଛି। ମାତ୍ର ବିଭାଗୀୟ ଅଧିକାରୀ ଘଟଣା ସମ୍ପର୍କରେ ଅବଗତ ନ ଥିବା କହୁଛନ୍ତି। ଆଉ କିଛି ଦିନପରେ ଅଲିଭ୍‌ରିଡ୍‌ଲେ କଇଁଛ ଗଭୀର ସମୁଦ୍ରରୁ କୂଳକୁ ଆସି ଅଣ୍ଡାଦାନ କରିବେ। ସେମାନେ ଆସୁଥିବା ବାଟରେ ମାଛ ଧରା ଟ୍ରଲର ସହ ଧକ୍କା ହୋଇଥିଲେ କଇଁଛଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ପରେ ସମୁଦ୍ର ଲହରୀରେ ଭାସିଆସି କୂଳରେ ପଡ଼ିଥିବା ନେଇ ପରିବେଶବିତ୍‌ମାନେ ସନ୍ଦେହ ପ୍ରକାଶ କରୁଛନ୍ତି। ଅଲିଭ୍‌ରିଡ୍‌ଲେଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ନିର୍ଦ୍ଦେଶାନୁସାରେ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଥିବା କୁହାଯାଉଛି। ମାଛଧରା ଟ୍ରଲର ଯାତାୟାତ ଉପରେ କଟକଣା ଲଗାଯାଇଛି। ବିଭାଗ ପକ୍ଷରୁ ସମୁଦ୍ରକୂଳରେ ୨୪ ଘଣ୍ଟିଆ ପଇଁତରା ମାରିବା ପାଇଁ କର୍ମଚାରୀ ନିଯୁକ୍ତି ପାଇଛନ୍ତି। ହେଲେ ଏତେ ସଂଖ୍ୟକ କଇଁଛଙ୍କ ମୃତ୍ୟୁକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ଏ ସମ୍ପର୍କରେ ହାୱାଖାନା ବନପାଳ ସଞ୍ଜୀବ କୁମାର ଦାସଙ୍କୁ ପଚାରିବାରୁ ସେ ମୃତ କଇଁଛ ସମ୍ପର୍କରେ କିଛି ଜାଣି ନ ଥିବା କହିଛନ୍ତି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ସ୍ଥାନୀୟ ଅଞ୍ଚଳର ସୁବୋଧ ବିଶ୍ୱାଳ, ସୁରେଶ ଚନ୍ଦ୍ର ସ୍ବାଇଁ, ଜୟନ୍ତ ହାତୀ, ବିପିନ ହାତୀ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri