କଲରା ପତରିଆ ହାବୁଡ଼ରେ ପଡ଼ିଲା ୨୦ରୁ ଊର୍ଦ୍ଧ୍ୱ ମେଣ୍ଢା: ୧୧ ମୃତ ୧୦ରୁ ଅଧିକ ଗୁରୁତର

ନୂଆପଡ଼ା,୪।୧(ମକାରୁ ବେମାଲ): ପୁଣି ନୂଆପଡ଼ା ଜିଲାରେ ବାଘ ଆତଙ୍କ। ନୂଆପଡ଼ା ଜିଲା ବୋଡେନ ବ୍ଲକ ଅନ୍ତର୍ଗତ ବାଗବାହାଳ ଭୋଇ ପଡ଼ାରେ କଲରା ପତରିଆ ବାଘ ଆତଙ୍କ ଖେଳାଇଛି। ବାଗବାହାଳଗ୍ରାମର ମେଣ୍ଢା ମାଲିକ ଭଜ ହାତୀ ରାତିରେ ଶୋଇଥିବା ସମୟରେ ଅର୍ଦ୍ଧ ରାତିରେ ୨ରୁ ଅଧିକ କଲରା ପତରିଆ ବାଘ ମେଣ୍ଢାଗୁହାଳକୁ ପଶି ୧୦ରୁ ଊର୍ଦ୍ଧ୍ୱ ମେଣ୍ଢାକୁ ମାରି ଖାଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ମେଣ୍ଢାକୁ ଆକ୍ରମଣ କରିଛି । ଏମିତିକି ୩ରୁ ୪ ମେଣ୍ଢାଙ୍କୁ ସ୍ଥାନୀୟ ବୁଦାମୂଳରେ ଖାଇ ଅଧାଅଧା ଛାଡ଼ି ଚାଲିଯାଇଛନ୍ତି । ବାଘ କାମୁଡ଼ାରେ ଗୁରୁତର ମେଣ୍ଢାମାନେ ମଧ୍ୟ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି।

ବନ ବିଭାଗ ପକ୍ଷରୁ ସେମାନଙ୍କର ଚିକିତ୍ସା ଜାରିରହିଛି । ଏହାର ଆନୁମାନିକ ମୁଲ୍ୟ ୧ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ହେବ ବୋଲି ପରିବାର ପକ୍ଷରୁ କୁହାଯାଇଛି । ପରେ ଭଜ ହାତୀଙ୍କ ପରିବାର ଲୋକ ଜାଣି ହୋହାଲ୍ଲା କରିବା ପରେ ବାଘ ମେଣ୍ଢାମାନଙ୍କୁ ଛାଡି ନିକଟସ୍ଥ ଜଙ୍ଗଲକୁ ଚାଲି ଯାଇଥିବା କହିଛନ୍ତି । ଏହା ଜାଣିପାରି ପ୍ରଥମେ ବନ ବିଭାଗ କର୍ମଚାରୀ ସାରଦା ବଦମାଝି ଓ ୱାଚର୍‌ ବିଦ୍ୟାଧର ମାଝୀ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରି ଘଟଣା ଉପରେ ବୁଝାଶୁଝା କରି ପରିବାର ଲୋକଙ୍କୁ ଯଥା ଶୀଘ୍ର କ୍ଷୟକ୍ଷତି ପ୍ରଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଗ୍ରାମରେ ମଧ୍ୟ ଭୟରେ ବାତାବରଣ ଦେଖିବାକୁ ମିଳିଛି। ସମସ୍ତ ଭୟଭୀତ ଅଛନ୍ତି ଗାଁଟି ଶୂନଶାନ ଜଣାପଡୁଛି । ଆଗକୁ ମଣିଷ ପ୍ରତି ବିପଦ ନ ହେବା ଆଗରୁ ବାଭଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେବା ଜରୁରୀ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?