୨୦୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ଜଳମଗ୍ନ

ଗୋପାଳପୁର,୧୩ା୯(ଡି.ଏନ୍‌.ଏ.):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇ ଜିଲାରେ ବର୍ଷା ଲାଗିରହିଛି। ଫଳରେ ଗୋପାଳପୁର ନିର୍ବାଚନ ମଣ୍ଡଳୀର କନିଷି ତହସିଲ ଅନ୍ତର୍ଗତ ମେଣ୍ଢରାଜପୁର ଗାଁର ଚାଷଜମି ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। ବର୍ତ୍ତମାନ ଚାଷୀମାନଙ୍କ ପାଇଁ ଏହା ମୁଣ୍ଡବ୍ୟଥାର କାରଣ ପାଲଟିଛି। ପ୍ରତିବର୍ଷ ଏହି ସମୟରେ ଘଡ଼ୋକାନାଳ ଓ ଆମ୍ବଘାଇର ଜଳ ଏକ୍ସିଙ୍ଗ ମୁହାଣ ଦେଇ ସମୁଦ୍ରରେ ମିଶିଥାଏ। ବିଭିନ୍ନ ସମୟରେ ଠିକ୍‌ ଭାବରେ ନିଷ୍କାସନ ନ ହୋଇପାରିଲେ ଉକ୍ତ ଅଞ୍ଚଳର ଚାଷଜମି ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଏ। ଫଳରେ ଚାଷୀଙ୍କ ଫସଲ ନଷ୍ଟହେବା ସହ ବହୁ କ୍ଷୟକ୍ଷତି ହୋଇଥାଏ। ଏନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ବାରମ୍ବାର ପ୍ରଶାସନ ଓ ଜଳସେଚନ ବିଭାଗକୁ ଅଭିଯୋଗ କରିଥିଲେ ମଧ୍ୟ ଏହାର ସ୍ଥାୟୀ ନିରାକରଣ ବ୍ୟବସ୍ଥା କରାଯାଉନାହିଁ। ଏହାଦ୍ୱାରା ପ୍ରତିବର୍ଷ ଚାଷୀମାନଙ୍କ ଆର୍ଥିକ ହାନି ଘଟୁଛି। ଗତ ଏକ ମାସ ପୂର୍ବେ ଚାଷୀମାନେ ନିଜ ନିଜ ଜମିରେ ଧାନ ଫସଲର ତଳି ପକାଇଥିଲେ। କିନ୍ତୁ ଗତ ୨ଦିନ ହେବ ଲଘୁଚାପଜନିତ ଲଗାଣବର୍ଷା କାରଣରୁ ମେଣ୍ଢରାଜପୁର ଓ ଆଖପାଖ ଗାଁ ଗୁଡ଼ିକରେ ଥିବା ପ୍ରାୟ ୨୦୦ ଏକରରୁ ଊର୍ଦ୍ଧ୍ୱ ଚାଷଜମିରେ ଆଣ୍ଠୁଏରୁ ଊର୍ଦ୍ଧ୍ୱ ଚାଷଜମି ଜଳମଗ୍ନ ହୋଇ ରହିଛି। ଏହାଦ୍ୱାରା ଚଳିତ ବର୍ଷ ମଧ୍ୟ ଚାଷୀ ନିଜ ଫସଲ ନଷ୍ଟହେବା ଆଶଙ୍କାରେ ଏବେଠାରୁ ଚିନ୍ତାରେ ଅଛନ୍ତି। ଏହାର ପ୍ରଭାବରେ ମନ୍ତ୍ରୀଡ଼ି, ଶାସନ ପଦର, ବୟାଳି, ହରଡ଼ଙ୍ଗ, କାନାପଲ୍ଲୀ, ଢେପନାପଡ଼ା, ଇନ୍ଦ୍ରାକ୍ଷୀ, ତୁଳୁ ଓ ଆଖପାଖ ଅଞ୍ଚଳରେ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇ ରହିଛି। ମେଣ୍ଢରାଜପୁରରେ ଥିବା ଆନିକଟ ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବାରୁ ଜଳ ନିଷ୍କାସନ ନ ହୋଇପାରିବାରୁ ଏଭଳି ପରିସ୍ଥିତି ଉପୁଜୁଥିବା ନେଇ ସ୍ଥାନୀୟ ଚାଷୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ମେଣ୍ଢରାଜପୁର ଆନିକଟ ଓ ଘୋଡ଼କାନାଳ ପୁନରୁଦ୍ଧାର ନିମନ୍ତେ ୧୫ କୋଟି ଟଙ୍କା ଅନୁମୋଦିତ ହୋଇଥିଲେ ସୁଦ୍ଧା ଏଯାଏ ଟେଣ୍ଡର ପ୍ରକ୍ରିୟା ହୋଇପାରି ନ ଥିବା ଜଣାପଡ଼ିଛି। ତୁରନ୍ତ ଜିଲା ପ୍ରଶାସନ ଓ ଜଳସେଚନ ବିଭାଗ ପକ୍ଷରୁ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟିଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri