Posted inଜାତୀୟ

ମୋପା ବିମାନ ବନ୍ଦରରୁ ନନ ଷ୍ଟପ ଉଡିବ ୨୦୦ରୁ ଅଧିକ ବିମାନ

ପଣଜୀ,୧୧ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ବିମାନ ସେବାକୁ ଆହୁରି ମଜଭୁତ କରିବାକୁ ଯାଇ ରବିବାର ଗୋଆର ମୋପା ଅନ୍ତର୍ଜାତୀୟ ବିମାନ ବନ୍ଦରର ଉଦଘାଟନ କରିବେ । ଇଣ୍ଡିଗୋ ଓ ଗୋଫର୍ସ୍ଟ ଭଳି ଏୟାର ଲାଇନ୍ସ ପୂର୍ବରୁ ଜାନୁୟାରୀରୁ ନୂଆ ବିମାନ ବନ୍ଦରରୁ ୨୦୦ରୁ ଅଧିକ ବିମାନ ଚଳାଚଳର ଯୋଜନା କରିଥିବା ଘୋଷଣା କରି ସାରିଛନ୍ତି । ଏହି ବିମାନ ବନ୍ଦରର ଶିଳାନ୍ୟାସ ୨୦୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିଁ କରିଥିଲେ । ଏହି ବିମାନ ବନ୍ଦର ନିର୍ମାଣ ପାଇଁ ଖର୍ଚ୍ଚ ହୋଇଛି ପ୍ରାୟ ୨,୮୭୦ କୋଟି ଟଙ୍କା । ଏହା ଗୋଆର ଉତ୍ତର ଭାଗରେ ରହିଛି । ନୂଆ ବିମାନ ବନ୍ଦର ଗୋଆର ରାଜଧାନୀ ପଣଜୀଠାରୁ ପ୍ରାୟ ୩୫ କିଲୋମିଟର ଦୂର । ମୋପା ଗାଁରେ ଏକ ଗ୍ରୀନ ଫିଲ୍ଡ ବିମାନ ବନ୍ଦର ସ୍ଥାପନ କରିବାକୁ ଗୋଆ ସରକାରଙ୍କୁ ମାର୍ଚ୍ଚ ୨୦୦୦ରେ ସ୍ୱୀକୃତି ପ୍ରଦାନ କରାଯାଇଥିଲା ।
ଏହି ନୂଆ ବିମାନ ବନ୍ଦର ପର୍ଯ୍ୟଟନ ଶିଳ୍ପ ପାଇଁ ସହାୟକ ହେବ । ଏହାପରେ ଗୋଆର ପୁରୁଣା ବିମାନ ବନ୍ଦରକୁ ବନ୍ଦ କରାଯିବ ନାହିଁ । ଏହା ପୂର୍ବଭଳି କାର୍ଯ୍ୟ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri