୨୦ହଜାରରୁ ଊର୍ଦ୍ଧ୍ୱ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଖୋର୍ଦ୍ଧା,୩ା୮(ପ୍ରଭାତ ପାଣିଗ୍ରାହୀ): ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଶୁକ୍ରବାର ଖୋର୍ଦ୍ଧା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶିଳ୍ପ ସଂସ୍ଥା ପରିସରରେ ପ୍ରକୃତି ପାଇଁ ଚାରାଟିଏ ଆହ୍ବାନ ଦେଇ ଚାରାରୋପଣ କରିଥିଲେ। ଏହି ଅବସରରେ ମନ୍ତ୍ରୀ ସ୍ବାଇଁ ବରୁଣେଇ ଶିଳ୍ପାଞ୍ଚଳର ବିଭିନ୍ନ ଉଦ୍ୟୋଗ ବୁଲି ଦେଖିବା ସହ ଶିଳ୍ପ ସଂସ୍ଥା କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ବିଚାରବିମର୍ଶ କରି ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ପରିଦର୍ଶନ ପରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲାରେ ଶିଳ୍ପ ଅଭିବୃଦ୍ଧି, ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଶିଳ୍ପ ସଂସ୍ଥାରେ ସ୍ଥାନୀୟ ନିଯୁକ୍ତି, ଶିଳ୍ପକ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀଙ୍କ ରହିବା ପାଇଁ ହଷ୍ଟେଲ ବ୍ୟବସ୍ଥା କରାଯିବ। ଉଦ୍ୟୋଗ ଖୋଲିବା ପାଇଁ ଯେଉଁମାନେ ଜମି ନେଇଛନ୍ତି, ସେମାନଙ୍କୁ ପ୍ରୋତ୍ସାହିତ କରାଯିବା ସହ କିଭଳି ଖୁବଶୀଘ୍ର ସେମାନେ ଶିଳ୍ପ ପ୍ରତିଷ୍ଠା କରିବେ ସେ ଦିଗରେ ରହିଥିବା ଜମିଜମା ଏବଂ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲାର ମୁଣ୍ଡାମ୍ବା, କାଳୀବାଟୀ ଏବଂ ଭୂଇଁପୁରରେ ବିଭିନ୍ନ ଉଦ୍ୟୋଗରେ ପ୍ରାୟ ୬ ହଜାର ୪୦୦ କୋଟି ଟଙ୍କାର ପୁଞ୍ଜିନିବେଶ କରିବାର ସମ୍ଭାବନା ରହିଛି। ଏହା ଦ୍ୱାରା ୧୩ ହଜାର ଯୁବକଯୁବତୀ ନିଯୁକ୍ତି ପାଇପାରିବେ। ସେହିଭଳି ଖୋର୍ଦ୍ଧା ତହସିଲ ଅନ୍ତର୍ଗତ ୧ହଜାର ଏକର, ବୋଲଗଡ଼ ୬୦୦ ଏକର ଏବଂ ବେଗୁନିଆର ୭୦୦ ଏକର ଜମିରେ ବିଭିନ୍ନ ଉଦ୍ୟୋଗ ପ୍ରତିଷ୍ଠା ହେବ। ଏହା ଦ୍ୱାରା ଆହୁରି ୧୦ହଜାର ନିଯୁକ୍ତି ସୃଷ୍ଟି ହୋଇପାରିବ। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି ମନ୍ତ୍ରୀ ସ୍ବାଇଁ କହିଛନ୍ତି। ରାଜ୍ୟରେ ଶିଳ୍ପାୟନକୁ ଗୁରୁତ୍ୱ ଦେବା ସହ ଶିଳ୍ପର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଏଥିନିମନ୍ତେ ସ୍ଥଳ ବିଶେଷରେ ରହିଥିବା ସମସ୍ୟା ସମାଧାନ କରାଯିବ ବୋଲି ମନ୍ତ୍ରୀ ମିଶ୍ର କହିଛନ୍ତି। ସେହିପରି ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କହିଥିଲେ, ବିଭିନ୍ନ ଉଦ୍ୟୋଗ ପ୍ରତିଷ୍ଠା ହେଲେ ସ୍ଥାନୀୟ ବାସିନ୍ଦାମାନଙ୍କ ପାଇଁ ପର୍ଯ୍ୟାପ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ଖୋର୍ଦ୍ଧା ଭଳି ବୀର ମାଟିରେ ସ୍ମୃତି ରକ୍ଷା କ୍ଷେତ୍ରରେ ବିଭିନ୍ନ ସଂସ୍ଥା ସହଯୋଗ କରିବା ନିମନ୍ତେ ସେ ପରାମର୍ଶ ଦେଇଥିଲେ। ସମ୍ପୃକ୍ତ ଅଞ୍ଚଳକୁ ଯୋଗାଯୋଗ, ପାର୍କିଂ, ଆଲୋକୀକରଣ, ସାଧାରଣ ସୁବିଧା ଉପଲବ୍ଧ କରିବା ନିମନ୍ତେ ସମସ୍ତ ସହଯୋଗ କରାଯିବ ବୋଲି ଜଗଦ୍ଦେବ ପ୍ରତିଶ୍ରୁତି ଦେଇଛନ୍ତି। ସେହିଭଳି ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ଯୋଗଦେଇ ସେମାନଙ୍କ ନିର୍ବାଚନ ମଣ୍ଡଳୀ କ୍ଷେତ୍ରରେ ଶିଳ୍ପୋଦ୍ୟୋଗ ପ୍ରତିଷ୍ଠା ଉପରେ ଗୁରୁତ୍ୱାରୋପ କରିବା ସହ ଏଥିନିମନ୍ତେ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଜିଲା ପରିଷଦ ଅଧ୍ୟକ୍ଷା ରୁପଶ୍ରୀରାଣୀ ଗୁମାନସିଂ, ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ, ଇଡ୍‌କୋ ସଚିବ ହେମନ୍ତ ଶର୍ମା, ସିଜିଏମ୍‌ ବିଜୟ ତ୍ରିପାଠୀ, ଅତିରିକ୍ତ ଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଉପଜିଲାପାଳ ଦୀପ୍ତିରଞ୍ଜନ ସେଠୀଙ୍କ ସମେତ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦)…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri