ଋଷିକୂଲ୍ୟାରେ ବୁଡ଼ ପକାଇଲେ ୨ ଲକ୍ଷରୁ ଅଧିକ ଭକ୍ତ

ପୁରୁଷୋତ୍ତମପୁର,୩୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟସ୍ଥ ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ ଅବସରରେ ଦୁଇ ଲକ୍ଷରୁ ଉର୍ଦ୍ଧ ଭକ୍ତଙ୍କ ସମାଗମ ହୋଇଥିଲା। ମହାମାରୀ କରୋନାକୁ ନେଇ ବାରୁଣୀ ସ୍ନାନ ଦୁଇ ବର୍ଷ ହେଲା ବନ୍ଦ ହୋଇ ପଡ଼ିଥିବାରୁ ଲୋକେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିପାରି ନ ଥିଲେ। ଏପରିକି ସମ୍ପର୍କୀୟଙ୍କ ମୃତ୍ୟୁ ପରେ ଅସ୍ତି ବିସର୍ଜନ ବି କରିପାରି ନ ଥିଲେ। ଚଳିତ ବର୍ଷ ବାରୁଣୀ ସ୍ନାନକୁ ସରକାର ଅନୁମତି ଦେଇଥିବାରୁ ଏଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଛି।

ପରମ୍ପରା ଅନୁସାରେ ବାବା ତୁମ୍ବେଶ୍ବର, ଜଗନ୍ନାଥ, ରଘୁନାଥ, ଲକ୍ଷ୍ମୀ ନାରାୟଣ ଓ ମା’ ତାରା ତାରିଣୀଙ୍କୁ ବୁଡ଼ ଘାଟକୁ ଅଣାଯାଇ ପୂଜାର୍ଚ୍ଚନା ସହ ମେଳଣ କରାଇବା ପରେ ଭୋର୍‌ରୁ ବୁଡ଼ ପକାଇବା ଆରମ୍ଭ ହୋଇଥିଲା। ଲୋକେ ବୁଡ଼ ପକାଇବା ସହ ଶ୍ରାଦ୍ଧ କରିଥିଲେ ଓ ଅସ୍ତିକୁ ବିସର୍ଜନ କରିଥିଲେ। ଏଥିଲାଗି ପ୍ରତାପୁର ଗ୍ରାମ ଜନସମୁଦ୍ର ହୋଇପଡ଼ିଛି। ସେହିପରି ପାଣ୍ଡିଆ, ଜାମୁନି ଗ୍ରାମ ଋଷିକୂଲ୍ୟା ନଦୀ ଘାଟରେ ମଧ୍ୟ ଶ୍ରଦ୍ଧାଳୁମାନେ ବୁଡ଼ ପକାଇଛନ୍ତି। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପୀୟୁଷ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଓ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri