ଋଷିକୂଲ୍ୟାରେ ବୁଡ଼ ପକାଇଲେ ୨ ଲକ୍ଷରୁ ଅଧିକ ଭକ୍ତ

ପୁରୁଷୋତ୍ତମପୁର,୩୦ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟସ୍ଥ ଋଷିକୂଲ୍ୟାରେ ମହାବାରୁଣୀ ସ୍ନାନ ଅବସରରେ ଦୁଇ ଲକ୍ଷରୁ ଉର୍ଦ୍ଧ ଭକ୍ତଙ୍କ ସମାଗମ ହୋଇଥିଲା। ମହାମାରୀ କରୋନାକୁ ନେଇ ବାରୁଣୀ ସ୍ନାନ ଦୁଇ ବର୍ଷ ହେଲା ବନ୍ଦ ହୋଇ ପଡ଼ିଥିବାରୁ ଲୋକେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିପାରି ନ ଥିଲେ। ଏପରିକି ସମ୍ପର୍କୀୟଙ୍କ ମୃତ୍ୟୁ ପରେ ଅସ୍ତି ବିସର୍ଜନ ବି କରିପାରି ନ ଥିଲେ। ଚଳିତ ବର୍ଷ ବାରୁଣୀ ସ୍ନାନକୁ ସରକାର ଅନୁମତି ଦେଇଥିବାରୁ ଏଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଛି।

ପରମ୍ପରା ଅନୁସାରେ ବାବା ତୁମ୍ବେଶ୍ବର, ଜଗନ୍ନାଥ, ରଘୁନାଥ, ଲକ୍ଷ୍ମୀ ନାରାୟଣ ଓ ମା’ ତାରା ତାରିଣୀଙ୍କୁ ବୁଡ଼ ଘାଟକୁ ଅଣାଯାଇ ପୂଜାର୍ଚ୍ଚନା ସହ ମେଳଣ କରାଇବା ପରେ ଭୋର୍‌ରୁ ବୁଡ଼ ପକାଇବା ଆରମ୍ଭ ହୋଇଥିଲା। ଲୋକେ ବୁଡ଼ ପକାଇବା ସହ ଶ୍ରାଦ୍ଧ କରିଥିଲେ ଓ ଅସ୍ତିକୁ ବିସର୍ଜନ କରିଥିଲେ। ଏଥିଲାଗି ପ୍ରତାପୁର ଗ୍ରାମ ଜନସମୁଦ୍ର ହୋଇପଡ଼ିଛି। ସେହିପରି ପାଣ୍ଡିଆ, ଜାମୁନି ଗ୍ରାମ ଋଷିକୂଲ୍ୟା ନଦୀ ଘାଟରେ ମଧ୍ୟ ଶ୍ରଦ୍ଧାଳୁମାନେ ବୁଡ଼ ପକାଇଛନ୍ତି। ପୁରୁଷୋତ୍ତମପୁର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପୀୟୁଷ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଓ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri