Posted inଜାତୀୟ

କରୋନା ସକ୍ରିୟ ମାମଲା ଟପିଲା ଅଢ଼େଇ ହଜାର, ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୫।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୩ ଶହ ଉପରେ ରହିଛି। ଏହା ୩୨୪ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୩୩୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ଅଢ଼େଇ ହଜାର ଉପରେ ରହିଛି। ଏହା ୨ ହଜାର ୭୯୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୬୮୬ ଥିଲା। ସେହିପରି ୨୪ ଘଣ୍ଟାରେ ୨୧୯ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୭୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୭ ହଜାର ୮୨୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୪ ହଜାର ୨୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସମଗ୍ର ଭାରତରେ କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି।  ସରକାର ଚିନ୍ତାରେ ରହିଛନ୍ତି।ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
ସଂକ୍ରମଣରେ ଭୂତାଣୁ ଅଛି କି ନାହିଁ ତାହା ନିଶ୍ଚିତ କରିବା ପୂର୍ବରୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଣ୍ଟିବାୟୋଟିକ ନ ଦେବାକୁ ଆଇଏମଏ ଡାକ୍ତରମାନଙ୍କୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri