କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର ଛକଠାରେ କଣ୍ଟେନର ଗୋରୁଗାଡି ଜବତ କରିଛି। ସୂଚନା ମୁତାବକ ଗତ ରାତ୍ରିରେ ଭଦ୍ରକରୁ ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା। ୧୬ ନମ୍ବର ଜାତୀୟ ରାଜପଥରରେ ଥିବା ସେରଗଡ଼ ଟୋଲଗେଟ ଫାଙ୍କିବା ପାଇଁ ବଉଳଗଡିଆ ପଞ୍ଚଲିଙ୍ଗେଶର ନୀଳଗିରି (ପି.ଡବ୍ଲ୍ୟୁ.ଡି) ରାସ୍ତାର ସାହାରା ନେଇଥାନ୍ତି ବେଆଇନ ଗୋଚାଲାଣକାରୀ। ଏହି କ୍ରମରେ କୌଣସି ସୂତ୍ରରୁ ନୀଳଗିରି ପୋଲିସ ଖବରପାଇ ଆଇଆଇସି ଗୋବର୍ଦ୍ଧନ ନାୟକଙ୍କ ନିର୍ଦ୍ଦେଶରେ ଇଶ୍ୱରପୁର ଛକଠାରେ ଶନିବାର ଭୋର ସମୟରେ ଇଶ୍ୱରପୁର ଫାଣ୍ଡି ଅଧିକାରୀ ବିକାଶ ଭୋଇ ଓ ବରେନ୍ଦ୍ର କୁମାର ସିଂ ପ୍ରମୁଖ ସଦଳବଳେ ଜଗିରହିଥିବା ବେଳେ ୩୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ନେଇ ଚାଲଣ ହେଉଥିବା ଆର.ଜେ.୧୪ଜି.ଜେ ୬୭୩୦ କଣ୍ଟେନର ଗାଡିଟିକୁ ଜବତ କରି ନୀଳଗିରି ଥାନାକୁ ଆଣିବା ସହ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ତଦନ୍ତ କରୁଛନ୍ତି। ପରେ ନୀଳଗିରି ଥାନା ପକ୍ଷରୁ ୫୧୩/୨୫ ନଂ ଏକ ମାମଲା ରୁଜୁ କରି ଗୋରୁ ବୁଝଇ କଣ୍ଟେନରକୁ ସ୍ଥାନୀୟ ବାମପଦା ଗୋଶାଳାକୁ ପଠାଯାଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri