ମାଟିରେ ମିଶିଲା ୩୦ରୁ ଊର୍ଦ୍ଧ୍ୱ ଘର, ଦୋକାନ

ଉମରକୋଟ, ୨୧।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଉମରକୋଟ ସହରରେ ଥିବା ମୁଖ୍ୟ ମେଡିକାଲକୁ ଯିବା ରାସ୍ତାରେ ପ୍ରଶାସନ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଛି। ଉମରକୋଟ-ନବରଙ୍ଗପୁର ରାସ୍ତାକୁ ସଂଯୋଗ କରୁଥିବା ରାଜ୍ୟ ରାଜପଥରୁ ମିକ୍ସଡ ଫାର୍ମ ପୋଲ ପର୍ଯ୍ୟନ୍ତ ରାସ୍ତାରେ ଜବରଦଖଲ ଉଚ୍ଛେଦ କରାଯିବ। ଗୁରୁବାର ପ୍ରଥମ ଦିନରେ ଚଢ଼େଇଗୁଡା ଗ୍ରାମକୁ ଯିବା ରାସ୍ତାରୁ ଉଚ୍ଛେଦ କାମ ଆରମ୍ଭ ହୋଇଛି। ଏହି ରାସ୍ତାର ଦୁଇ ପାର୍ଶ୍ୱରେ ଥିବା ୩୦ରୁ ଊଦ୍ଧର୍‌ବ ଘର, ଦୋକାନ ଘରକୁ ପ୍ରଶାସନ ଜେସିବି ଲଗାଇ ଭାଙ୍ଗିଦେଇଛି। ଉମରକୋଟ ମେଡିକାଲ କାନ୍ଥକୁ ଲାଗି ଯେତେ ଘର ଥିଲା ସବୁକୁ ଭଙ୍ଗି ଦିଆଯାଇଛି। ୱାଟର ସର୍ଭିସ ଷ୍ଟେଶନ, ହୋଟେଲ, ପାନ ଦୋକାନ, କିରାଣା ଦୋକାନ କରି ବଞ୍ଚୁଥିବା ବହୁ ଗରିବ ପରିବାର ନିଜ ଜୀବିକା ହରାଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ମଧ୍ୟ ଉଚ୍ଛେଦ ଜାରି ରହିବ ବୋଲି ସୂଚନା ମିଳିଛି।
ମେଡିକାଲର ଉନ୍ନତୀକରଣ ଓ ଅନ୍ୟ ଉନ୍ନତୀକରଣ କାମ ପାଇଁ ଏହି ଜବରଦଖଲ ଉଚ୍ଛେଦ କରାଯାଉଛି। ଯେଉଁମାନଙ୍କ ପଟ୍ଟା ଜାଗା ରହିଛି, ସେମାନଙ୍କୁ ଉଚ୍ଛେଦ କରାଯିବ ନାହିଁ। କିନ୍ତୁ ପଟ୍ଟା ଜାଗା ପରେ ବି ଯଦି ଜବରଦଖଲ ରହିଛି, ତାହାକୁ ଉଚ୍ଛେଦ କରାଯିବ ବୋଲି ଉପଜିଲାପାଳ ପ୍ରଶାନ୍ତ କୁମାର ରାଉତ କହିଛନ୍ତି। କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ୨ ପ୍ଲାଟୁନ ପୁଲିସ ଫୋର୍ସ ଏବଂ ପ୍ରାୟ ୧୫ଜଣ ମହିଳା ପୋଲିସ ନିୟୋଜିତ ଥିଲେ। ଆଜିର ଏହି ଜବରଦଖଲ ଉଚ୍ଛେଦ କାର୍ଯ୍ୟରେ ଉପଜିଲାପାଳ ରାଉତ, ମାଜିଷ୍ଟ୍ରେଟ ଭାବେ ଉମରକୋଟ ଅତିରିକ୍ତ ତହସିଲଦାର ଉମେଶ ପୂଜାରୀ, ପୋଲିସ ଉପଖଣ୍ଡ ଅଧିକାରୀ ଶୁଭେନ୍ଦୁ ଶବର, ପୌର ପରିଷଦ ନିର୍ବାହୀ ଅଧିକାରୀ ଋଷି ମାଝି, ଉମରକୋଟ ଥାନାଧିକାରୀ ଗୋବିନ୍ଦ ଚନ୍ଦ୍ର ବୁରୁଦା, ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଗୌରାଙ୍ଗ ପ୍ରସାଦ ମାଝି, କନିଷ୍ଠ ଯନ୍ତ୍ରୀ ବିନାୟକ ବେହେରା, ରାଜସ୍ବ ନିରୀକ୍ଷକ ଶିବାନନ୍ଦ ରାଉତ, ବିଦ୍ୟୁତ୍‌ ଓ ପୌର ବିଭାଗ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri