ଦୁର୍ଦ୍ଦିନରେ ୩୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର

ଖଇରା,୧୨।୪-ବାଲେଶ୍ୱର ଜିଲା ଖଇରା ବ୍ଲକ ଗଡପୋଖରୀ ପଞ୍ଚାୟତ ଅଧୀନ ଶାରୀଶୁଆ ପାହାଡ ତଳେ ଥିବା ଗଗୁଆ ଗ୍ରାମରେ ୩୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ବସବାସ କରୁଥିବା ୩୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାରଙ୍କ ଉପରେ ପ୍ରଶାସନର ଶୁଭ ଦୃଷ୍ଟି ପଡୁନି। ସେମାନଙ୍କୁ ନ୍ୟାୟ ପ୍ରଦାନ କରିବାକୁ ଗ୍ରାମର କଳାକୃଷ୍ଣ ନାଇକ, ସରସ୍ବତୀ ପାତ୍ର, ସବିତା ମହାନ୍ତି, ବାସନ୍ତୀ ହାଁସଦା, କରୁଣା ହେମ୍ବ୍ରମ୍‌, ପରବାସୀ ପାତ୍ର, କନକ ନାଇକ, ଅନୂସୁୟା ପାତ୍ର, ନନ୍ଦିନୀ ପାତ୍ର ପ୍ରମୁଖ ପ୍ରଶାସନ ନିକଟରେ ଗୁହାରୀ କରିଛନ୍ତି।
ଲୋକଙ୍କ ଅଭିଯୋଗ ଅନୁଯାୟୀ ଗ୍ରାମକୁ ବିଦ୍ୟୁତୀକରଣ କରିବାକୁ ବହୁ ଦାବି ପରେ ସୌଭାଗ୍ୟ ଯୋଜନାରେ ଖୁଣ୍ଟ ପ୍ରଦାନ କରାଯାଇଥିଲା ା ହେଲେ ଏ ପର୍ଯ୍ୟନ୍ତ ତାର ଟଣାଯାଉ ନ ଥିବାରୁ ଗ୍ରାମବାସୀ ଠିକ୍‌ ଭାବେ ବିଦ୍ୟୁତ ଆଲୋକ ପାଇ ପାରୁନାହାନ୍ତି। ସମସ୍ତେ ନିକଟରେ ଅର୍ଥ ଆଦାୟ କରି ଅଧା କି.ମି. ଦୂରତାରେ ଥିବା ପାଖଗ୍ରାମରୁ ଗଛରେ ତାରବାନ୍ଧି ଗ୍ରାମକୁ ବିଦ୍ୟୁତ ଆଣି ସେମାନଙ୍କ ସ୍ବପ୍ନକୁ ଯେକୌଣସି ପ୍ରକାରେ ପୂରଣ କରିଛନ୍ତି। ସେହିଭଳି ୩୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଏହି ବାସିନ୍ଦାମାନେ ଏଠାରେ ପରିବାର ସହିତ ରହୁଥିବା ବେଳେ ପଟ୍ଟା ପାଇଁ ତହସିଲରେ ଆବେଦନ କରିଆସୁଛନ୍ତି। ହେଲେ ବିଭିନ୍ନ ଆଳରେ ସେମାନଙ୍କୁ ପଟ୍ଟା ପ୍ରଦାନ କରାଯାଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଫଳରେ ପକ୍କା ଘର ନିର୍ମାଣ କରିବା ଇଛା ଫଳବତୀ ହୋଇପାରୁନାହିଁ। ୧୦ରୁ ଅଧିକ ପରିବାର ଲୋକଙ୍କ ନାମରେ ପ୍ରଧାନମନ୍ତ୍ରୀ ଆବାସ ମଞ୍ଜୁରୀ ମିଳିଥିଲେ ହେଁ ଜାଗା ଅଭାବରୁ ଘର ଫେରିଯାଉଛି। ଏହା ମାନସିକ ସ୍ତରରେ ଯନ୍ତ୍ରଣା ଦେଉଛି ବୋଲି ଗ୍ରାମର ସୁକାନ୍ତି ନାଇକ, ଜୟନ୍ତୀ ବିନ୍ଧାଣି ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ନେସ୍କୋ ସହକାରୀ ଯନ୍ତ୍ରୀ ମୀନକେତନ ମହାପାତ୍ରଙ୍କ ସହ ଯୋଗାଯୋଗ କରାଯିବାରୁ ସୌାଭାଗ୍ୟ ଯୋଜନାରେ ଦ୍ୱିତୀୟ ପର୍ଯ୍ୟାୟରେ ସଂଯୋଗୀକରଣ କାର୍ଯ୍ୟ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି। ପଟ୍ଟା ସମ୍ପର୍କରେ ତହସିଲଦାର ପ୍ରଦୀପ କୁମାର ସାହୁଙ୍କୁ ପଚାରିବାରେ ପଟ୍ଟା ପ୍ରସ୍ତୁତି ଉପଜିଲାପାଳଙ୍କ ଦ୍ୱାରା ହେବ ଏବଂ ଅନେକ ସରକାରୀ ବିଧି ବ୍ୟବସ୍ଥା ଥିବାରୁ ସମୟ ଲାଗିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri