୩୦୦ରୁ ଅଧିକ ଗଣମାଧ୍ୟମ ପ୍ରତିନିଧିଙ୍କ ଜୀବନ ନେଲାଣି କରୋନା…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। କରୋନା ଯୋଦ୍ଧା ପାଲଟିଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରୁ ଇତିମଧ୍ୟରେ ୩୦୦ ଜଣଙ୍କ ଜୀବନ କରୋନା ନେଇ ସାରିଲାଣି। ପ୍ରଥମ ଲହର ତୁଳନାରେ ଦ୍ୱିତୀୟ ଲହରରେ ଅଧିକ ଗଣମାଧ୍ୟମ ପ୍ରତିନିଧି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମାତ୍ର ସେମାନେ କରୋନା ବିରୋଧରେ ଯୁଦ୍ଧ ଜାରି ରଖିଛନ୍ତି। ଗ୍ରାଉଣ୍ଡ୍‌ ରିପୋର୍ଟିଂ ପୂର୍ବ ଭଳି ସମ୍ପନ୍ନ ହେଉଛି। ଦିଲ୍ଲୀସ୍ଥିତ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ପରସେସ୍ପଶନ୍‌ ଷ୍ଟଡିଜ୍‌ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟ ଅନୁସାରେ ୨୦୨୦ ଏପ୍ରିଲ୍‌ରୁ ୨୦୨୧ ମେ’ ୧୬ ମଧ୍ୟରେ ମୃତ୍ୟୁ ଘଟିଥିବା ୩୦୦ ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରୁ ୨୩୮ ଜଣଙ୍କର ରିପୋର୍ଟ ଭେରିଫାଏ କରାଯାଇଛି। ଅପରପକ୍ଷରେ ୮୨ ଜଣଙ୍କର ତଥ୍ୟ ଭେରିଫାଏ ଜାରି ରହିଛି। ସେମାନଙ୍କ ସଂଖ୍ୟା ମିଶିଲେ ମୃତ ଗଣମାଧ୍ୟମ ପ୍ରତିନିଧିଙ୍କ ସଂଖ୍ୟା ୩୨୦ ଛୁଇଁବ। ୨୦୨୧ ଏପ୍ରିଲ୍‌ ମାସରେ ପ୍ରତିଦିନ ୩ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ ଘଟିଥିବାବେଳେ ମେ’ ମାସରେ ଏହା ବୃଦ୍ଧି ପାଇ ୪ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ତେଲଙ୍ଗାନାରେ ସର୍ବାଧିକ ୩୯ ଜଣ ଗଣମାଧ୍ୟମ ପ୍ରତିନିଧି ରହିଥିବାବେଳେ ଉତ୍ତରପ୍ରଦେଶର ୩୭ ଜଣ ରହିଛନ୍ତି। ସେହିପରି ଦିଲ୍ଲୀରେ ୩୦, ଓଡ଼ିଶାରେ ୨୬,  ମହାରାଷ୍ଟ୍ରରେ ୨୪, ମଧ୍ୟପ୍ରଦେଶରେ ୧୯ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ ଘଟିଛି। ରିପୋର୍ଟ ଅନୁସାରେ ସର୍ବାଧିକ ୪୧ରୁ ୫୦ ବର୍ଷ ବୟସ୍କ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ କରୋନା ଯୋଗୁ ଘଟିଛି। ସେମାନଙ୍କ ମୃତ୍ୟୁ ହାର ୩୧ ପ୍ରତିଶତ ରହିଛି। ମୃତକଙ୍କମଧ୍ୟରେ ୫୫ ପ୍ରତିଶତ ପ୍ରିଣ୍ଟ୍‌ ମିଡ଼ିଆର ଥିବାବେଳେ ୨୫ ପ୍ରତିଶତ ଟିଭି ଓ ଡିଜିଟାଲ ମିଡ଼ିଆର ପ୍ରତିନିଧି ରହିଛନ୍ତି। ସେହିପରି ୧୯ ପ୍ରତିଶତ ଫ୍ରିଲାନ୍ସର ରହିଛନ୍ତି। ମୃତ ଗଣମାଧ୍ୟମ ପ୍ରତିନିଧିଙ୍କ ମଧ୍ୟରେ ମେଟ୍ରୋ ସହରର ୩୫ ପ୍ରତିଶତ ଅର୍ଥାତ୍‌ ୮୫ ଜଣ ରହିଛନ୍ତି। ଅପରପକ୍ଷରେ ୬୪ ପ୍ରତିଶତ ଅର୍ଥାତ୍‌ ୧୫୩ ଜଣ ଅଣ-ମେଟ୍ରୋ ସହରର ରହିଥିବା ଇନଷ୍ଟିଚ୍ୟୁଟ୍‌ର ନିର୍ଦ୍ଦେଶିକ ଡ. କୋଟା ନିଲିମା ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri