ପ୍ରତିବର୍ଷ ଏମ୍‌ସକୁ ଆସୁଛନ୍ତି ୩ଶହରୁ ଊର୍ଦ୍ଧ୍ୱ ନୂଆ ଶିଶୁ କର୍କଟ ରୋଗୀ

ଭୁବନେଶ୍ୱର, ୧।୧୦(ଅସମାପିକା ସାହୁ)ଶିଶୁ କର୍କଟ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶନିବାର ଏମ୍‌ସ ଭୁବନେଶ୍ୱରଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡା. ଆଶୁତୋଷ ବିଶ୍ୱାସ ଯୋଗଦେଇ କହିଲେ, ଶିଶୁ କର୍କଟ ରୋଗୀଙ୍କୁ ବିଶେଷ ଚିକିତ୍ସା ଯୋଗାଇ ଦେବାରେ ଏମ୍‌ସ ଭୁବନେଶ୍ୱର ହେଉଛି ରାଜ୍ୟର ଏକମାତ୍ର ସରକାରୀ ଅନୁଷ୍ଠାନ। ପ୍ରତିବର୍ଷ ଏହି ଜାତୀୟ ଅନୁଷ୍ଠାନକୁ ୨୫୦ରୁ ୩୫୦ ନୂତନ ଶିଶୁ କର୍କଟ ରୋଗୀ ଚିକିତ୍ସା ନିମନ୍ତେ ଆସୁଛନ୍ତି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଛତିଶଗଡ଼ ଓ ଝାଡ଼ଖଣ୍ଡ ଆଦି ପଡ଼ୋଶୀ ରାଜ୍ୟରୁ ଆସୁଥିବା ଶିଶୁ କର୍କଟ ରୋଗୀଙ୍କୁ ମଧ୍ୟ ଚିକିତ୍ସା ସେବା ପ୍ରଦାନ କରାଯାଉଛି। ଏମ୍‌ସର ମେଡିକାଲ ଅଙ୍କୋଲୋଜି/ହେମାଟୋଲୋଜି ବିଭାଗକୁ ବର୍ତ୍ତମାନ ସୁଦ୍ଧା ୧୨ଶହରୁ ଅଧିକ ଶିଶୁ କର୍କଟ ରୋଗୀ ଆସିଥିବା ଡା. ବିଶ୍ବାସ ସୂଚନା ଦେଇଛନ୍ତି।

ବିଭାଗୀୟ ଅତିରିକ୍ତ ପ୍ରଫେସର ଡା. ସୋନାଲି ମହାପାତ୍ର କହିଛନ୍ତି, ବିଭାଗ ପକ୍ଷରୁ ହେମାଟୋପିଏଟିକ୍‌ ଷ୍ଟେମ୍‌ ସେଲ୍‌ ପ୍ରତିରୋପଣ ଆରମ୍ଭ ହେବାକୁ ଯାଉଛି। ଶିଶୁ କର୍କଟ ରୋଗ ଚିକିତ୍ସାର ଫଳାଫଳ ଗତ ୫୦ ବର୍ଷ ମଧ୍ୟରେ ୮୦-୯୦ ପ୍ରତିଶତ ଅଧିକ ବଞ୍ଚତ୍ବାର ଆଶା ଦେଇଛି। ବର୍ତ୍ତମାନ ଏହି ଜଟିଳ ରୋଗରେ ପୀଡ଼ିତ ୭୫-୮୦ ପ୍ରତିଶତ ଶିଶୁ କର୍କଟ ରୋଗୀ ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇପାରିବେ। ଜଟିଳ ଲିମ୍ଫୋବ୍ଲାଷ୍ଟିକ୍‌ ଲ୍ୟୁକେମିଆ(ରକ୍ତ କର୍କଟ), ଲିମ୍ଫୋମା ଏବଂ ବୃକକ୍‌ ଟ୍ୟୁମର ଭଳି କେତେକ କର୍କଟରେ ବଞ୍ଚତ୍ବା ସମ୍ଭାବନା ୯୦ ପ୍ରତିଶତରୁ ଅଧିକ ରହିଥିବା ଡା. ମହାପାତ୍ର କହିଛନ୍ତି।

ଏଥିସହ ଶୈଶବ ଅବସ୍ଥାରେ ହେଉଥିବା କର୍କଟ ରୋଗର ବିଭିନ୍ନ ଦିଗ ଉପରେ ସଚେତନତା ସୃଷ୍ଟି କରିବାକୁ ୱାକାଥନ୍‌, ରୋଗୀ/ମାତାପିତା ଏବଂ ଡାକ୍ତରଙ୍କ ସହିତ ଖୋଲା ଆଲୋଚନା ଭଳି ଏକାଧିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ମେଡିକାଲ୍‌ ଅଧୀକ୍ଷକ ଡା. ଦିଲୀପ କୁମାର ପରିଡ଼ା, ଡା. ଦେବାଶିଷ ସାହୁ, ଡା. କନିଷ୍କ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ସେପ୍ଟେମ୍ବରକୁ ସାରା ବିଶ୍ୱରେ ଶିଶୁ କର୍କଟ ସଚେତନତା ମାସ ଭାବେ ପାଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri