ବିଭିନ୍ନ ଦାବିରେ ରାସ୍ତାକୁ ଓହ୍ଲାଇଲେ ୩୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ

ସୋରଡ଼ା,୧୯ା୧୧(ଡି.ଏନ୍‌.ଏ.): ରାଜ୍ୟ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସୋରଡ଼ା ଶାଖା ପକ୍ଷରୁ ଶନିବାର ଅପରାହ୍ନରେ ୩୦୦ ଶହରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ/ଶିକ୍ଷକ କାଳୀମନ୍ଦିରରୁ ଏକେ ବିରାଟ ଶୋଭାଯାତ୍ରାରେ ବାହାରି ଆଡ଼ପମଣ୍ଡପ,ବଡ଼ଦାଣ୍ଡ,ରଥପଦା, ଡେଲି ମାର୍କେଟ ହୋଇ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ପହଞ୍ଚି ଥିଲେ। ହାତରେ ବ୍ୟାନର, ପ୍ଲାକାର୍ଡ ଧରି ଏନ୍‌ପିଏସ୍‌ ପ୍ରଥା ଉଚ୍ଛେଦ, ପୁରୁଣା ପେନ୍‌ସନ୍‌ ଲାଗୁ,ସମସ୍ତଙ୍କ ସହ ଆମକୁ ସମାନ କର ବୋଲି ସ୍ଲୋଗାନ ଦେଇଥିଲେ। ଯଥାଶୀଘ୍ର ଦାବି ସମାଧାନ ନ ହେଲେ ବିଧାନସଭା ଚାଲୁଥିବା ସମୟରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ପନ୍ଥା ଗ୍ରହଣ କରିବାକୁ ବାଧ୍ୟ ହେବୁ ବୋଲି ଚେତାବନୀ ଦେଇଛନ୍ତି। ବିଇଓ ସମେତ ମୁଖ୍ୟମନ୍ତ୍ରୀ,ଗଣଶିକ୍ଷା ମନ୍ତ୍ରୀ, ୫ଟି ସଚିବଙ୍କୁ ୩ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ସମସ୍ତ ବିଭାଗର ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ କରାଯାଇଥିବା ବେଳେ ସେମାନଙ୍କୁ ନିଯୁକ୍ତି ବର୍ଷକୁ ଭିତ୍ତି କରି ବର୍ଦ୍ଧିତ ଦରମା ବ୍ୟବସ୍ଥା ଲାଗୁ କରାଗଲା। କିନ୍ତୁ ପ୍ରାଥମିକ ଶିକ୍ଷକଙ୍କୁ ସାବତ ପୁଅ ଭଳି ବ୍ୟବହାର କରାଗଲା। ଏହା ଅତ୍ୟନ୍ତ ଦୁଖର ବିଷୟ ଅଟେ। ୨୦୦୧ଠାରୁ ନିଯୁକ୍ତି ପାଇଥିବା ସ୍ବେଚ୍ଛାସେବୀ ଶିକ୍ଷା ସହାୟକ, କନିଷ୍ଠ ଶିକ୍ଷକମାନଙ୍କୁ ସୁବିଧା ପ୍ରଦାନ କରିବା ସହ ନିଯୁକ୍ତି ଦିନଠାରୁ କେନ୍ଦ୍ରୀୟ ଦରମା ହାର ୩୫.୪୦୦ ପ୍ରଦାନ କରିବାକୁ ଦାବି କରିଛନ୍ତି। ପୁରାତନ ଦରମା ବ୍ୟବସ୍ଥା ଲାଗୁ ପାଇଁ ଦାବି କରାଯାଇଛି। ଶୋଭାଯାତ୍ରା ସମୟରେ ପୋଲିସ ଉପସ୍ଥିତ ରହି ଟ୍ରାଫିକ ବ୍ୟବସ୍ଥା ତଦାରଖ କରିଥିଲେ। ଗୋବିନ୍ଦ ସେଠୀ,ସନ୍ନ୍ୟାସୀ ନାୟକ ,ସନ୍ତୋଷ ମହାନ୍ତି,ଗନ୍ତାୟତ ଗଉଡ,ସୁଦର୍ଶନ ବିଶ୍ବାସ ରାୟ,ପବିତ୍ରମୋହନ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri