ଜିଲାର ୩୦୦ରୁ ଊର୍ଦ୍ଧ୍ୱ ଗ୍ରାମରେ ଆଜିଯାଏ ପହଞ୍ଚିନି ବିଦ୍ୟୁତ୍‌ ସେବା

କୋରାପୁଟ,୩୦ା୧(ଅମିତାଭ ବେହେରା): କୋରାପୁଟସ୍ଥିତ ଦକ୍ଷତା ବିକାଶ କେନ୍ଦ୍ରଠାରେ ୧୯ତମ ଜିଲା ବିଦ୍ୟୁତ୍‌ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଏମ୍‌ପି ସପ୍ତଗିରି ଶଙ୍କର ଉଲ୍ଲାକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲାର ଚାଲିଥିବା ବିଭିନ୍ନ ଯୋଜନାରେ କିପରି ବିଦ୍ୟୁତକରଣ କରାଯାଇଛି ସେ ସମ୍ପର୍କରେ ପ୍ରଥମେ କୋରାପୁଟ ଓ ଜୟପୁର ଉପଖଣ୍ଡର ବିସ୍ତୃତ ତଥ୍ୟ ବୈଠକରେ ପ୍ରଦାନ କରାଯାଇଥିଲା। ଜିଲାର ୧୮୯୯ଟି ରାଜସ୍ବ ଗ୍ରାମ,୨୭୩୩ଟି ପଡ଼ାରେ ବିଦ୍ୟୁତ୍‌ ଯୋଗାଣ ବିଭିନ୍ନ ଯୋଜନାରେ କରାଯାଇଥିବା ବିଷୟ ଦୁଇ ଉପଖଣ୍ଡର ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ତଥ୍ୟ ପ୍ରଦାନ କରିଥିଲେ। ଏବେବି ୩୦୦ରୁ ଊର୍ଦ୍ଧ୍ୱ ଗ୍ରାମରେ ବିଦ୍ୟୁତ ଯୋଗାଇ ଦିଆଯାଇ ନ ଥିବାରୁ ବୈଠକରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ ଯୋଜନାରେ ୧୪ଟି ବ୍ଲକର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଫିଡର,ସବ୍‌ଷ୍ଟେଶନ,୨୫କେଭି,୧୧କେଭି ଲାଇନଗୁଡିକର ସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ବୈଠକରେ ୧୪ଟି ବ୍ଲକରେ ପୁଲିଂ ବୁଥ୍‌ଗୁଡ଼ିକୁ ସମ୍ପୂର୍ଣ୍ଣ ବିଦ୍ୟୁତକରଣ କରାଯାଇଛି ତା’ ସହ ବିଭିନ୍ନ ବ୍ଲକରେ ଓରିଡ଼ା ଦ୍ୱାରା ସୋଲାର ସଂଯୋଗ ଦିଆଯାଇଛି ତଥାପି କିଛି ଗ୍ରାମ ଓ ହାମ୍‌ଲେଟ୍‌ ଏବଂ ଘରୋଇ ଯୋଗାଣ ବାକି ରହିଥିବା ବିଷୟକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବଳକା ଥିବା ଆବାସିକ ବିଦ୍ୟାଳୟ, ଅଙ୍ଗନଓ୍ବାଡ଼ିଗୁଡିକୁ ତୁରନ୍ତ ବିଦ୍ୟୁତ୍‌ ସଂଯୋଗ ଦେବାପାଇଁ ଦାବି କରାଯାଇଛି। ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମ ତୁରନ୍ତ ସୀମାନ୍ତବର୍ତ୍ତୀ ଗ୍ରାମଗୁଡିକୁ ସର୍ଭେ କରି ବିଦ୍ୟୁତ୍‌ ଯୋଗାଇବା ପାଇଁ ଦାବି କରିଥିଲେ। ଅନ୍ୟପଟେ ଉଠା ଜଳସେଚନ, ସେବାଶ୍ରମ ସ୍କୁଲଗୁଡ଼ିକୁ ତୁରନ୍ତ ବିଦ୍ୟୁତ୍‌ ଯୋଗାଣ ସହ ବିନା ଅନୁମତିରେ ବିଦ୍ୟୁତ୍‌ ନ କାଟିବା ପାଇଁ କର୍ତ୍ତୃପକ୍ଷକୁ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ତାଗିଦ କରିଛନ୍ତି। ଜୟପୁରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟର ଚିହ୍ନଟ ଜମିରେ ତୁରନ୍ତ ଦୁଇଟି ପୋଲ ଉଠାଇବା ପାଇଁ ଜିଲାପାଳ ଭି କୀର୍ତ୍ତି ଭାସନ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ କୋଟପାଡ଼ ବିଧାୟକ ରୁପୁ ଭତ୍ରା ତେନ୍ତୁଳିଗୁମ୍ମାକୁ ସର୍ଭେ କରି ତୁରନ୍ତ ବିଦ୍ୟୁତ୍‌ ଯୋଗାଣ କରାଯାଉ ବୋଲି ଉଦ୍‌ବେଗ ପ୍ରକାଶ କରିଥିଲେ। ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତା, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବରଙ୍କ ସମେତ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?