୩ ହଜାରରୁ ଅଧିକ କରୋନା ଆକ୍ରାନ୍ତ ନିଖୋଜ: ପ୍ରଶାସନର ବଢ଼ିଲା ଚିନ୍ତା

ବେଙ୍ଗାଲୁରୁ, ୨୬।୭: କରୋନା ସଂକ୍ରମଣ ଯୋଗୁ କର୍ନାଟକରେ ସ୍ଥିତି ସଙ୍କଟ ଜନକ ରହିଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି। ତେବେ ବେଙ୍ଗାଲୁରୁ ସହରରେ ଶହେ ଅବା ୨ ଶହ ନୁହେଁ, ଏକାଥରକେ ୩ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କର କୌଣସି ଖୋଜ୍‌ ଖବର ମିଳୁନାହିଁ। ଏତେ ସଂଖ୍ୟକ ଆକ୍ରାନ୍ତ ନିଖୋଜ ହେବା ଯୋଗୁ ସ୍ଥାନୀୟ ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାର ୯୪୨ ଛୁଇଁଛି। ସେହିପରି ମୃତକଙ୍କ ସଂଖ୍ୟା ୧,୭୯୬ରେ ପହଞ୍ଚିଛି। ରାଜ୍ୟର ରାଜଧାନୀ ବେଙ୍ଗାଲୁରୁରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ଟପିଛି। ଏପରିସ୍ଥଳେ ବେଙ୍ଗାଲୁରୁ ସହରର ୩ ହଜାର ୩୩୮ ଆକ୍ରାନ୍ତ କୁଆଡ଼େ ଗଲେ ତାହାର ସୂଚନା ପ୍ରଶାସନ ପାଖରେ ନାହିଁ। ସେମାନଙ୍କର ନମୁନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେମାନେ କ୍ୱାରାଣ୍ଟାଇନ୍‌ରେ ଥିଲେ। ମାତ୍ର ଏବେ ସେମାନଙ୍କୁ ଟ୍ରାକ୍‌ କରିବା କଷ୍ଟକର ହୋଇପଡ଼ିଛି। ପୋଲିସ ସହାୟତାରେ ନିଖୋଜ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯିବାରେ ଉଦ୍ୟମ କରାଯାଉଥିବା ମହାନଗର ପାଳିକା କମିଶନର ଏନ୍‌.ମଞ୍ଜୁନାଥ ପ୍ରସାଦ କହିଛନ୍ତି। କେତେକ ଆକ୍ରାନ୍ତ ଭୁଲ୍‌ ମୋବାଇଲ୍‌ ନମ୍ବର ଦେଇଥିବା ସେ ପ୍ରକାଶ କରିଛନ୍ତି। ଆକ୍ରାନ୍ତ ନିଖୋଜ ହେବାରୁ ଲୋକମାନେ ଗୋଷ୍ଠୀ ସଂକ୍ରମଣ ନେଇ ଆତଙ୍କିତ ହୋଇ ପଡ଼ିଥିବା ମଞ୍ଜୁନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri