ଡେଙ୍ଗୁରେ ଆକ୍ରାନ୍ତ ହେଲେଣି ୩ହଜାରରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୨୯।୮(ଅଭିଜିତ ଦାସ):ରାଜ୍ୟରେ କ୍ଷିପ୍ର ବେଗରେ ବ୍ୟାପୁଛି ଡେଙ୍ଗୁ। ପ୍ରତିବର୍ଷ ପରି ଚଳିତବର୍ଷ ଡେଙ୍ଗୁ ମୁକାବିଲା ଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଥିଲେ ମଧ୍ୟ ନିଷ୍ପତ୍ତି ଓ ନିର୍ଦ୍ଦେଶ ତଳସ୍ତରରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁ ନ ଥିବାରୁ ଡେଙ୍ଗୁ ବେକାବୁ ହେବାରେ ଲାଗିଛି। ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ଥିବା ଉଚ୍ଚ ଅଧିକାରୀମାନେ କହୁଥିଲେ ମଧ୍ୟ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୩ହଜାର ଟପିଛି। ବିଶେଷକରି ଶେଷ ୧୦ଦିନରେ ରାଜ୍ୟରେ ୧ହଜାରରୁ ଅଧିକ ଆକ୍ରାନ୍ତ ହୋଇଥିବାରୁ ଚିନ୍ତା ବଢ଼ିଛି। ଅନ୍ୟପକ୍ଷରେ ଏବେ ବି ଭୁବନେଶ୍ୱର ପାଇଁ ଖୋର୍ଦ୍ଧା ଜିଲା ହଟ୍‌ସ୍ପଟ୍‌ରେ ରହିଥିବାବେଳେ ପୁରୀ ଓ କଟକ ଜିଲାରେ ସଂକ୍ରମଣ ଅଧିକ ବଢ଼ୁଥିବା ଜଣାପଡିଛି।
ଜନସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ, ରାଜ୍ୟରେ ବିଭିନ୍ନ ଜିଲାରେ ୨୭ ତାରିଖ ସୁଦ୍ଧା ୪୬ ହଜାର ୪୯୧ ରକ୍ତ ନମୁନା ପରୀକ୍ଷଣ ହୋଇଥିବାବେଳେ ୩୦୯୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧ ହଜାର ୪୦୯ଜଣ ଡେଙ୍ଗୁ ଆକ୍ରାନ୍ତ ରହିଛନ୍ତି। ଏହା ତଳକୁ ପୁରୀ ଜିଲାରେ ୩୪୨, କଟକରେ ୨୭୮, ବାଲେଶ୍ୱରରେ ୨୭୭, ଜଗତ୍‌ସିଂହପୁରରେ ୧୭୩ ଓ ନୟାଗଡ ଜିଲାରେ ୧୧୬ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଖୋର୍ଦ୍ଧା ଜିଲାର ଅଧିକାଂଶ ଡେଙ୍ଗୁ ରୋଗୀ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳର ବୋଲି ଜଣାପଡିଛି।
ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି, ଡେଙ୍ଗୁରେ ଅତିବେଶିରେ ମାତ୍ର ୫ ପ୍ରତିଶତ ଲୋକ ଗୁରୁତର ହେଉଛନ୍ତି। ଭୁବନେଶର କ୍ୟାପିଟାଲ ହସ୍ପିଟାଲ ଉପରୁ ଡେଙ୍ଗୁ ଚିକିତ୍ସା ବୋଝ କମାଇବା ପାଇଁ ପ୍ରଥମ ପର୍ଯ୍ୟାୟରେ ୪ଟି ଅର୍ବାନ ସିଏଚ୍‌ସିରେ ଡେଙ୍ଗୁ ରୋଗୀଙ୍କ ପାଇଁ ୧୦ଟି ଲେଖାଏ ସ୍ବତନ୍ତ୍ର ବେଡ୍‌ ବ୍ୟବସ୍ଥା କରାଯାଇଥିଲା। ସେହିପରି କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର ଟେଷ୍ଟିଂ କେନ୍ଦ୍ର କରାଯିବା ସହ ଅଧିକ ମ୍ୟାନପାୱାର ମଧ୍ୟ ନିୟୋଜିତ ହୋଇଛନ୍ତି। ଏହାସହ ପଟିଆ ଅର୍ବାନ ସିଏଚ୍‌ସି ଓ ଆଇଆର୍‌ସି ଭିଲେଜ ଅର୍ବାନ ପିଏଚ୍‌ସିରେ ଟେଷ୍ଟିଂ ବ୍ୟବସ୍ଥା ସୋମବାରରୁ ଆରମ୍ଭ ହୋଇଛି। ଡେଙ୍ଗୁ ରୋଗୀ ଗୋଟିଏ ଜାଗାରେ ଗହଳି ନ କରି ସିଏଚ୍‌ସି ଓ ପିଏଚ୍‌ସି ହସ୍ପିଟାଲକୁ ଯିବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଉଛି। ସେହିପରି ଡେଙ୍ଗୁ ଆକ୍ରାନ୍ତଙ୍କ ୨୦ ହଜାର ପର୍ଯ୍ୟନ୍ତ ପ୍ଲେଟ୍‌ଲେଟ୍‌ ଥିଲେ ବ୍ୟସ୍ତ କିମ୍ବା ବିବ୍ରତ ହୁଅନ୍ତୁ ନାହିଁ ବୋଲି ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri