Posted inଜାତୀୟ

ପ୍ରେମ ପାଇଁ ଜୀବନ ହାରିଛନ୍ତି ୩ ହଜାରରୁ ଊର୍ଦ୍ଧ୍ୱ

ନୂଆଦିଲ୍ଲୀ, ୧।୮: ୨୦୧୭ରୁ ୨୦୧୯ ମଧ୍ୟରେ ଦେଶରେ ପ୍ରେମ ବ୍ୟାପାରକୁ ନେଇ ୩,୩୧୫ ଜଣ ଆତ୍ମହତ୍ୟା କରିଛନ୍ତି। ପାର୍ଲାମେଣ୍ଟରେ ଉପରୋକ୍ତ ତଥ୍ୟ ରଖିଛନ୍ତି କେନ୍ଦ୍ର ସରକାର। ୨୦୧୭-୧୯ ମଧ୍ୟରେ ୨୪,୫୬୮ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଥିବା ଦର୍ଶାଇଛି ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି)।

ତେବେ ଅନ୍ୟ କୌଣସି ବୟସ ବର୍ଗ ଅପେକ୍ଷା ୧୪ରୁ ୧୮ ବର୍ଷର କିଶୋରୀମାନେ ଢ଼େର ଅଧିକ ସଂଖ୍ୟାରେ ଆତ୍ମହତ୍ୟା କରୁଛନ୍ତି। ରିପୋର୍ଟ ଅନୁଯାୟୀ, ଉକ୍ତ ୩ ବର୍ଷରେ ୧୩,୩୨୫ କିଶୋରୀ ଜୀବନ ହାରିଛନ୍ତି। ତେବେ ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଏବଂ ତାମିଲନାଡୁରେ ସର୍ବାଧିକ ସଂଖ୍ୟାରେ ନାବାଳକ ଆତ୍ମହତ୍ୟା କରୁଛନ୍ତି।

ପରୀକ୍ଷାରେ ଫେଲ୍‌ ହେବା କାରଣରୁ ୪,୦୪୬ ପିଲା ଆତ୍ମହତ୍ୟା କରିଥିବା ବେଳେ ବିବାହ ଜନିତ କାରଣକୁ ନେଇ ୬୩୯ ଜଣ ଜୀବନ ହାରିଛନ୍ତି। ସେମାନଙ୍କ ମଧ୍ୟରୁ ୪୧୧ ଜଣ କିଶୋରୀ। ପ୍ରେମ ବ୍ୟାପାରକୁ ନେଇ ୩,୩୧୫ ଜଣ ଆତ୍ମହତ୍ୟା କରିଥିବା ବେଳେ ରୋଗ ଜନିତ କାରଣରୁ ୨,୫୬୭ ଜଣ ନିଜ ଜୀବନ ହାରିଛନ୍ତି। ମାଡ଼ ଖାଇବା ପରେ ୮୧ ପିଲା ଆତ୍ମହତ୍ୟା କରିଥିବା ଏନ୍‌ସିଆର୍‌ବି ତଥ୍ୟରୁ ଜଣାପଡ଼ିଛି। ଅନ୍ୟ କାରଣଗୁଡ଼ିକ ମଧ୍ୟରେ ରହିଛି ପ୍ରେମିକ କିମ୍ବା ପ୍ରେମିକାଙ୍କ ମୃତ୍ୟୁ ହେବା, ଡ୍ରଗ୍‌ ଏବଂ ମଦ ଅଭ୍ୟାସ, ଅବାଞ୍ଛତ୍ତ ଗର୍ଭଧାରଣ, ସାମାଜିକ ଖ୍ୟାତି ହ୍ରାସ, ବେରୋଜଗାରୀ, ଦାରିଦ୍ର୍ୟ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri