ଟିଟିଲାଗଡରୁ ୩୧ ଲକ୍ଷରୁ ଊର୍ଦ୍ଧ୍ୱ ନକଲି ନୋଟ୍‌ ଜବତ

ଭୁବନେଶ୍ୱର,(ବ୍ୟୁରୋ)/ ଟିଟିଲାଗଡ଼, ୪ା୨(ଡି.ଏନ୍‌.ଏ.): ରାଜ୍ୟରେ ନକଲି ନୋଟ କାରବାର ଦିନକୁ ଦିନ ବଢି ଚାଲିଛି। ସମ୍ବଲପୁର, ସୁନ୍ଦରଗଡ଼ ଓ ବରଗଡ଼ ପରେ ଏବେ ବଲାଙ୍ଗୀରରେ ନକଲି ନୋଟ୍‌ କାରବାର ଧରାପଡିଛି। ଟିଟିଲାଗଡ଼ ସହର ବସ୍‌ଷ୍ଟାଣ୍ଡ୍‌ ନିକଟ ପାର୍କରେ ଡିଲ୍‌ ଚାଲିଥିବାବେଳେ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ସ୍ଥାନୀୟ ପୋଲିସ ସହାୟତାରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ନୋଟ୍‌ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ୩୧ ଲକ୍ଷ ୨୭ ହଜାର ୫୦୦ ଟଙ୍କା ନକଲି ନୋଟ, ଗୋଟିଏ ମୋବାଇଲ ଫୋନ୍‌ ଓ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି। ଜବତ ନୋଟରେ ୫୦୦, ୨୦୦ ଓ ୧୦୦ ଟଙ୍କିଆ ନୋଟ ରହିଥିବା ଜଣାପଡିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଳାହାଣ୍ଡି ଜିଲା କେଗାଁ ଥାନା ଅନ୍ତର୍ଗତ କଣ୍ଟାମାଲ ଗ୍ରାମର ଲିଙ୍ଗରାଜ ବେହେରା। ଏନେଇ ଏସ୍‌ଟିଏଫ୍‌ ବିଭିନ୍ନ ଦଫାରେ ମାମଲା (ନଂ.୪/୨୩ ) ରୁଜୁ କରି ଅଭିଯୁକ୍ତଙ୍କୁ ଟିଟିଲାଗଡ଼ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ତେବେ ଘଟଣାସ୍ଥଳରୁ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଥିବାବେଳେ ଏହି କାରବାର ପାଇଁ ୫ଲକ୍ଷ ଟଙ୍କାର ଡିଲ୍‌ ହୋଇଥିବା ପଚରାଉଚରାବେଳେ ଅଭିଯୁକ୍ତ ଲିଙ୍ଗରାଜ କହିଛନ୍ତି। ତେବେ ଜବତ ନକଲି ନୋଟ୍‌କୁ ପଶ୍ଚିମବଙ୍ଗସ୍ଥିତ ଭାରତୀୟ ରିଜର୍ଭ ବ୍ୟାଙ୍କ ନୋଟ୍‌ ମୁଦ୍ରଣ ପ୍ରାଇଭେଟ ଲିମିଟେଡ୍‌କୁ ଯାଞ୍ଚ ପାଇଁ ପଠାଯିବ। ଏହା କେଉଁଠି ଛପା ଯାଇଥିଲା, ର଼୍ୟାକେଟର ମାଷ୍ଟରମାଇଣ୍ଡ୍‌ କିଏ, ପୂର୍ବରୁ ଜବତ ନକଲି ନୋଟ୍‌ ସହ ଏହାର ଲିଙ୍କ୍‌ ରହିଛି କି ନାହିଁ ତାହାର ଅଧିକ ତଦନ୍ତ ପାଇଁ ଲିଙ୍ଗରାଜଙ୍କୁ ରିମାଣ୍ଡରେ ଆଣିବାକୁ ଯୋଜନା କରିଛି ଏସ୍‌ଟିଏଫ୍‌।
ଏସଟିଏଫ୍‌ର ସୂଚନାନୁସାରେ, ଅଭିଯୁକ୍ତ ଲିଙ୍ଗରାଜ ଗତ ୧ ତାରିଖ ସାରେ ଉକ୍ତ ନକଲି ନୋଟ୍‌କୁ ଅନ୍ୟ ଜଣଙ୍କୁ ଦେବାକୁ ଅପେକ୍ଷା କରିଥିଲେ। ଖବର ପାଇ ଏସ୍‌ଟିଏଫ୍‌ ଓ ସ୍ଥାନୀୟ ପୋଲିସ୍‌ ଟିମ୍‌ ସଦଳବଳେ ଚଢାଉ କରି ତାଙ୍କୁ କାବୁ କରିବାରେ ସଫଳ ହୋଇଥିଲେ। ଏହି ରାକେଟହରେ ଏକାଧିକ ବ୍ୟକ୍ତିଙ୍କ ସଂପୃକ୍ତ ରହିଥିବା ଏସଟିଏଫ୍‌ ଜାଣିବାକୁ ପାଇଛି। ତେଣୁ ସେମାନଙ୍କୁ ଧରିବା ଲାଗି ବିଭିନ୍ନ ଜାଗାରେ ଚଢାଉ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଏସ୍‌ଟିଏଫ୍‌ ଦ୍ୱାରା ୭୮ ଲକ୍ଷ ୭୦ ହଜାର ୬୦୦ ଟଙ୍କାର ନକଲି ନୋଟ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri