Posted inଜାତୀୟ

ସରକାରୀ ସ୍କୁଲରୁ ୩ ଦିନରେ ବାହାରିଲା ୩ ଡର୍ଜନରୁ ଅଧିକ ବିଷାକ୍ତ ସାପ

କଟିହାର, ୧୨।୦୭: ତିନିଦିନ ମଧ୍ୟରେ ଏକ ସରକାରୀ ସ୍କୁଲରୁ ୩ ଡର୍ଜନରୁ ଅଧିକ ବିଷାକ୍ତ ସାପଙ୍କୁ ଉଦ୍ଧାର କରାଯାଇଛି । ବିହାରର କଟିହାରରେ ଏପରି ଘଟଣା ଦେଖିବାକୁ ମିଳିଛି । ସ୍କୁଲର ଶିକ୍ଷକମାନେ ଏହି ସାପଗୁଡ଼ିକୁ ଉଦ୍ଧାର କରିଛନ୍ତି । ଫଳରେ ଏହି ଘଟଣାରେ ସ୍କୁଲର ଛାତ୍ରୀଛାତ୍ର ସମେତ ଶିକ୍ଷକମାନେ ମଧ୍ୟ ଭୟଭୀତ ହୋଇଛନ୍ତି । କୁହାଯାଉଛି କି, ଲଗାତାର ବର୍ଷା ହେବା କାରଣରୁ ସାପମାନଙ୍କ ରହଣୀ ସ୍ଥାନରେ ପାଣି ପଶିଯାଇଥିବ । ସେହି କାରଣରୁ ସୁରକ୍ଷିତ ସ୍ଥାନ ଦେଖି ସାପଗୁଡ଼ିକ ସ୍କୁଲ ଭିତରକୁ ପଶିଆସୁଛନ୍ତି ।

କଟିହାରର ମନୋହରି ଗାଁର ପ୍ରାଥମିକ ବିଦ୍ୟାଳୟ ନିକଟରେ ବୁଦାଗୁଡ଼ିକ ରହିଥିବା ବେଳେ ଏହା ଜଙ୍ଗଲର ଅତି ନିକଟରେ ରହିଛି । ଯାହାଫଳରେ ସାପଗୁଡ଼ିକ ସ୍କୁଲ ଭିତରକୁ ଆରାମରେ ପଶି ଆସୁଛନ୍ତି । ଉଦ୍ଧାର ହୋଇଥିବା ସମସ୍ତ ସାପ ନାଗ ଜାତିର ହୋଇଥିବା ଜଣାପଡ଼ିଛି । ଏନେଇ ସ୍କୁଲର ପ୍ରଧାନ ଶିକ୍ଷକ ଶିକ୍ଷା ବିଭାଗକୁ ଅବଗତ କରାଇଛନ୍ତି । ଉଚ୍ଚ କର୍ତ୍ତୃପକ୍ଷ ବର୍ତ୍ତମାନ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସ୍କୁଲ ଚାରିପାଖ ସହ ସମ୍ପୂର୍ଣ୍ଣ ସ୍କୁଲ ପରିସରକୁ ସାନିଟାଇଜ୍‌ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri