୩୭ ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ହେବ ରକ୍ଷଣାବେକ୍ଷଣ

ଭୁବନେଶ୍ୱର,୨୧ା୭(ଅସାମାପିକା ସାହୁ): ରାଜ୍ୟର ୧୧୧ ପୌରସଂସ୍ଥାରେ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ଯୋଜନା ଅଧୀନରେ ପ୍ରତିଷ୍ଠା ହୋଇଥିବା ୩୭ହଜାରରୁ ଅଧିକ ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ, ମହାନଗର ନିଗମର କମିଶନର ଓ ପୌରସଂସ୍ଥାର କାର୍ଯ୍ୟନିର୍ବାହୀମାନଙ୍କୁ କୁହାଯାଇଛି।

ରାଜ୍ୟ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ୍‌ ନାୟକ ଲେଖିଥିବା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ୨୦୨୧ ଓ ୨୦୨୨ରେ ରାଜ୍ୟର ୧୧୧ଟି ପୌରସଂସ୍ଥାରେ ମୁକ୍ତା ଯୋଜନାରେ ୩୭,୨୪୨ଟି ବର୍ଷା ଜଳ ଅମଳ ପ୍ରକଳ୍ପ ନିର୍ମାଣ ହୋଇଥିଲା। ‘କ୍ୟାଚ୍‌ ଦି ରେନ୍‌’ ଅଭିଯାନରେ ନିର୍ମାଣ ହୋଇଥିବା ଏହି ପ୍ରକଳ୍ପଗୁଡିକର ରକ୍ଷଣାବେକ୍ଷଣ କରାଯିବ। ବର୍ଷାଜଳ ଅମଳ ଜରିଆରେ ଭୂତଳ ଜଳ ରିଚାର୍ଜ ପାଇଁ ଏହି ପ୍ରକଳ୍ପ ବେଶ ଉପଯୋଗୀ ହୋଇଥିବା ବେଳେ ଏହାର ରକ୍ଷଣାବେକ୍ଷଣ ପାଇଁ ବିଭାଗ ଯୋଜନା ପ୍ରସ୍ତୁତ କରିଛି। ଅତି କମ୍‌ରେ ୩୭ହଜାର ପ୍ରକଳ୍ପର ରକ୍ଷଣାବେକ୍ଷଣ କରାଯିବ।

ଏହି ରକ୍ଷଣାବେକ୍ଷଣ କାର୍ଯ୍ୟରେ ମିଶନ ଶକ୍ତି ଗୋଷ୍ଠୀ, ବସ୍ତି ବିକାଶ ସଂଗଠନକୁ ନିୟୋଜିତ କରିବାକୁ ମୁକ୍ତାର ରାଜ୍ୟ ନୋଡାଲ ଅଧିକାରୀ ତଥା ସୁଡାର ନିର୍ଦ୍ଦେଶକ ସାରଦା ପ୍ରସାଦ ପଣ୍ଡା ସମସ୍ତ ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜନସ୍ବାସ୍ଥ୍ୟ ବିଭାଗ ଓ ଓ୍ବାଟ୍‌କୋ ପକ୍ଷରୁ ମଧ୍ୟ ମିଶନ ଶକ୍ତି ଗୋଷ୍ଠୀକୁ ଏଥିପାଇଁ ନିୟୋଜିତ କରିପାରିବେ ଏବଂ ଏ ସଂକ୍ରାନ୍ତରେ ବିଭାଗ ସହିତ ସମନ୍ବୟ ରକ୍ଷାକରିବେ ବୋଲି କୁହାଯାଇଛି। ପୌରସଂସ୍ଥା, ଜନସ୍ବାସ୍ଥ୍ୟ, ଓ୍ବାଟ୍‌କୋର ଯନ୍ତ୍ରୀଙ୍କ ସମେତ ମୁକ୍ତା ଟିମ୍‌ ଏହି ରକ୍ଷଣାବେକ୍ଷଣ କାର୍ଯ୍ୟର ତଦାରଖ କରିବେ। ରକ୍ଷଣାବେକ୍ଷଣ କାର୍ଯ୍ୟରେ ନିୟୋଜିତ ମିଶନଶକ୍ତି ଓ ଅନ୍ୟ ସଂସ୍ଥାଗୁଡିକୁ ସେମାନଙ୍କର ପାଉଣା ୭ଦିନ ମଧ୍ୟରେ ପ୍ରଦାନ କରିବାକୁ ଶ୍ରୀ ପଣ୍ଡା କହିଛନ୍ତି । ରକ୍ଷଣାବେକ୍ଷଣ କାର୍ଯ୍ୟ କିଭଳି ହେବ ତାହାର ସମ୍ପୃକ୍ତ ସୂଚନା ସଂଗ୍ରହ ପାଇଁ ଏକ ଫର୍ମାଟ ପ୍ରସ୍ତୁତ ହେବ ଏବଂ କ୍ଷେତ୍ରସ୍ତରରୁ ଏହି ଫର୍ମାଟରେ ତଥ୍ୟ ସଂଗ୍ରହ କରାଯିବ। ବର୍ଷାଜଳ ଅମଳ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ଆବଶ୍ୟକ ଅର୍ଥ ପୌରସଂସ୍ଥାକୁ ଯୋଗାଇ ଥିବା ଅର୍ଥ କମିଶନଙ୍କ ଅନୁଦାନ ପାଣ୍ଠିରୁ ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?