୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର ଏହା ୫୦ ହଜାରରୁ କମ୍‌ ରହିଥିଲା। ତେବେ ବୁଧବାର ପୁଣି ବଢ଼ିଛି। ସେହପରି ଦୈନିକ ମୃତକଙ୍କ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ମଙ୍ଗଳବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୪୦ ଥିବାବେଳେ ୧,୧୬୭ ଜଣଙ୍କ ମୃତ୍ୟୁ ଘଟିଥିଲା। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୦ ହଜାର ୮୪୮ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୧,୩୫୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୬୮ ହଜାର ୮୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୬ ଲକ୍ଷ ୪୩ ହଜାର ୧୯୪ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୮ କୋଟି ୮୭ ଲକ୍ଷ ୬୬ ହଜାର ୨୦୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୯ କୋଟି ୪୦ ଲକ୍ଷ ୭୨ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୩ ଲକ୍ଷ ୯୦ ହଜାର ୬୬୦ ଛୁଇଁଛି। ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଏବଂ କବରସ୍ତାନରେ ଲମ୍ବା ଧାଡ଼ି ଲାଗି ରହିଛି। ଶ୍ମଶାନରେ ଜୁଇ ଲିଭୁ ନ ଥିବାବେଳେ କବରସ୍ତାନରରେ ସ୍ଥାନର ଅଭାବ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri