ଭୀମକୁଣ୍ଡରେ ୪୦ ହଜାରରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ

ପାଟଣା,୧୫।୧ (ସ୍ବ.ପ୍ର.): ଗଣପର୍ବ ମକର ମେଳା ପାଇଁ କେନ୍ଦୁଝର ଜିଲାର ପାଟଣା ଓ ସାହାରପଡା ବ୍ଲକ ଉତ୍ସମୁଖର ହୋଇଉଠିଛି। ଏହା କୁଡୁମୀ ସମ୍ପ୍ରଦାୟର ଏକ ସ୍ବତନ୍ତ୍ର ପର୍ବ। ଏହି ସମ୍ପ୍ରଦାୟର ଝିଅ ଓ ବୋହୂମାନେ ସକାଳୁ ଗାଧୋଇ ସାରି ଟୁସୁମୁନିଙ୍କୁ ପୂଜା କରିଥିଲେ। ଦଳ ଦଳ ହୋଇ ଟୁସୁ ଗୀତ ଗାଇ ନଦୀ, ନାଳ ଓ ପୋଖରୀରେ ଟୁସୁମୁନିଙ୍କୁ ବିସର୍ଜନ କରିଛନ୍ତି। ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟ ବାଲି ଯୋଡ଼ିସ୍ଥିତ ପ୍ରାଚୀନ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଶନିବାର ୪୦ ହଜାରରୁ ଊର୍ଦ୍ଧ୍ୱ ପର୍ଯ୍ୟଟକଙ୍କ ସମାଗମ ହୋଇଛି। ହଜାର ହଜାର ଶ୍ରଦ୍ଧାଳୁ ବୈତରଣୀ ନଦୀରେର ବୁଡ଼ ପକାଇ ମକର ଚାଉଳ ଖାଇ ନଦୀ କୂଳରେ ଥିବା ତୀର୍ଥେଶ୍ୱର ମହାଦେବଙ୍କୁ ଦର୍ଶନ କରିଥିଲେ।
ଭୀମକୁଣ୍ଡ ଉନ୍ନୟନ ପରିଷଦ ପକ୍ଷରୁ ମକର ମେଳା-୨୦୨୩ ଆରମ୍ଭ ହୋଇଛି। ପର୍ଯ୍ୟଟକମାନେ ମିନାବଜାର ସହ ଭୀମକୁଣ୍ଡ ମନୋରମ ଜଳପ୍ରପାତ ଓ ଘଞ୍ଚ ଜଙ୍ଗଲରେ ବୁଲିବା ସହିତ ରଙ୍ଗାରଙ୍ଗ ନୃତ୍ୟ କାର୍ଯ୍ୟକ୍ରମରେ ଝୁମିଥିଲେ। ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମୁଖ୍ୟଅତିଥି ଭାବେ ବିଧାୟକ ଜଗନ୍ନାଥ ନାଏକ ଉଦ୍‌ଘାଟନ କରିଥିଲେ। ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଧାୟକ ନାଏକ, ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ସଭ୍ୟା ରୁନୁ ମହାନ୍ତ, ଡୁମୁରିଆ ସରପଞ୍ଚ ଗୌରହରି ନାଏକ, ବିଡିଓ ଈଶ୍ୱର ଚନ୍ଦ୍ର ନାଏକ, ପାଟଣା ତହସିଲଦାର ତାପସ ରଞ୍ଜନ ଦେହୁରୀ, ଜିଲା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ନାଏକ ଓ ମିରିଖୋଜି ସରପଞ୍ଚ ମନମୋହନ ବେହେରା ଯୋଗ ଦେଇଥିଲେ। ଏହି ପର୍ଯ୍ୟଟନ ସ୍ଥଳୀର ସର୍ବାଙ୍ଗୀନ ବିକାଶ ପାଇଁ ପଦକ୍ଷପ ନିଆଯିବ। ତେବେ ମକର ପର୍ବକୁ ଉପଭୋଗ କରିବାକୁ ବିଧାୟକ ନାଏକ କହିଥିଲେ। ପାର୍ଥ ସାରଥୀ ବେଜ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଚଳଚ୍ଚିତ୍ର ଅଭିନେତ୍ରୀ ଖୁସି ନାଏକ, ଡି ସ୍ବର୍ଣ୍ଣ ମୟୀ, ବବିତା ମହାନ୍ତ, ସୁନିତା ଓ ଅଙ୍କିତା ଯୋଡ଼ି, ଝୁମୁର ନୃତ୍ୟ ଗ୍ରୁପ, ଭରସା ପରିବାର, ନୃତ୍ୟଗୁରୁ ସଞ୍ଜୟ କୁମାର ଦାସ ଓ ଭାସ୍କର ରଣାଙ୍କୁ କେନ୍ଦୁଝର କଳା ସଂସ୍କୃତି ବିକାଶରେ ଉଲ୍ଲେଖନୀୟ ଅବଦାନ ଓ ସେବା ପାଇଁ ସମ୍ବର୍ଦ୍ଧିତ କରାଯାଇଛି। ୩ ଦିନ ଧରି ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିପଦପୂର୍ଣ୍ଣ ସାନ କୁଣ୍ଡରେ ବ୍ୟାରିକେଡ୍‌ କରି ନାଲିପତାକା ପୋତାଯାଇଥିବା ବେଳେ ଘଟଗଁା ପୋଲିସ ପକ୍ଷରୁ ଏସ୍‌ଡିପିଓ ସୁଶୀଲ ମିଶ୍ର, ଏଏସ୍‌ଆଇ ଶିବ ପ୍ରସାଦ ଆଇଚ, ତପନ କୁମାର ଜେନାଙ୍କ ସହ ଏକ ସେକ୍ସନ ପୋଲିସ, ପାଟଣା ଅଗ୍ନିଶମ ବିଭାଗ ପକ୍ଷରୁ ଷ୍ଟେଶନ ପରିଚାଳକ ମନୋରଞ୍ଜନ ମହାନ୍ତଙ୍କ ନେତୃତ୍ୱରେ ୬ଜଣ ଉଦ୍ଧାରକାରୀ ଦଳ ସାନକୁଣ୍ଡ ନିକଟରେ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟକାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri