ଭୀମକୁଣ୍ଡରେ ୪୦ ହଜାରରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ

ପାଟଣା,୧୫।୧ (ସ୍ବ.ପ୍ର.): ଗଣପର୍ବ ମକର ମେଳା ପାଇଁ କେନ୍ଦୁଝର ଜିଲାର ପାଟଣା ଓ ସାହାରପଡା ବ୍ଲକ ଉତ୍ସମୁଖର ହୋଇଉଠିଛି। ଏହା କୁଡୁମୀ ସମ୍ପ୍ରଦାୟର ଏକ ସ୍ବତନ୍ତ୍ର ପର୍ବ। ଏହି ସମ୍ପ୍ରଦାୟର ଝିଅ ଓ ବୋହୂମାନେ ସକାଳୁ ଗାଧୋଇ ସାରି ଟୁସୁମୁନିଙ୍କୁ ପୂଜା କରିଥିଲେ। ଦଳ ଦଳ ହୋଇ ଟୁସୁ ଗୀତ ଗାଇ ନଦୀ, ନାଳ ଓ ପୋଖରୀରେ ଟୁସୁମୁନିଙ୍କୁ ବିସର୍ଜନ କରିଛନ୍ତି। ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟ ବାଲି ଯୋଡ଼ିସ୍ଥିତ ପ୍ରାଚୀନ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଶନିବାର ୪୦ ହଜାରରୁ ଊର୍ଦ୍ଧ୍ୱ ପର୍ଯ୍ୟଟକଙ୍କ ସମାଗମ ହୋଇଛି। ହଜାର ହଜାର ଶ୍ରଦ୍ଧାଳୁ ବୈତରଣୀ ନଦୀରେର ବୁଡ଼ ପକାଇ ମକର ଚାଉଳ ଖାଇ ନଦୀ କୂଳରେ ଥିବା ତୀର୍ଥେଶ୍ୱର ମହାଦେବଙ୍କୁ ଦର୍ଶନ କରିଥିଲେ।
ଭୀମକୁଣ୍ଡ ଉନ୍ନୟନ ପରିଷଦ ପକ୍ଷରୁ ମକର ମେଳା-୨୦୨୩ ଆରମ୍ଭ ହୋଇଛି। ପର୍ଯ୍ୟଟକମାନେ ମିନାବଜାର ସହ ଭୀମକୁଣ୍ଡ ମନୋରମ ଜଳପ୍ରପାତ ଓ ଘଞ୍ଚ ଜଙ୍ଗଲରେ ବୁଲିବା ସହିତ ରଙ୍ଗାରଙ୍ଗ ନୃତ୍ୟ କାର୍ଯ୍ୟକ୍ରମରେ ଝୁମିଥିଲେ। ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମୁଖ୍ୟଅତିଥି ଭାବେ ବିଧାୟକ ଜଗନ୍ନାଥ ନାଏକ ଉଦ୍‌ଘାଟନ କରିଥିଲେ। ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଧାୟକ ନାଏକ, ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ସଭ୍ୟା ରୁନୁ ମହାନ୍ତ, ଡୁମୁରିଆ ସରପଞ୍ଚ ଗୌରହରି ନାଏକ, ବିଡିଓ ଈଶ୍ୱର ଚନ୍ଦ୍ର ନାଏକ, ପାଟଣା ତହସିଲଦାର ତାପସ ରଞ୍ଜନ ଦେହୁରୀ, ଜିଲା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ନାଏକ ଓ ମିରିଖୋଜି ସରପଞ୍ଚ ମନମୋହନ ବେହେରା ଯୋଗ ଦେଇଥିଲେ। ଏହି ପର୍ଯ୍ୟଟନ ସ୍ଥଳୀର ସର୍ବାଙ୍ଗୀନ ବିକାଶ ପାଇଁ ପଦକ୍ଷପ ନିଆଯିବ। ତେବେ ମକର ପର୍ବକୁ ଉପଭୋଗ କରିବାକୁ ବିଧାୟକ ନାଏକ କହିଥିଲେ। ପାର୍ଥ ସାରଥୀ ବେଜ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଚଳଚ୍ଚିତ୍ର ଅଭିନେତ୍ରୀ ଖୁସି ନାଏକ, ଡି ସ୍ବର୍ଣ୍ଣ ମୟୀ, ବବିତା ମହାନ୍ତ, ସୁନିତା ଓ ଅଙ୍କିତା ଯୋଡ଼ି, ଝୁମୁର ନୃତ୍ୟ ଗ୍ରୁପ, ଭରସା ପରିବାର, ନୃତ୍ୟଗୁରୁ ସଞ୍ଜୟ କୁମାର ଦାସ ଓ ଭାସ୍କର ରଣାଙ୍କୁ କେନ୍ଦୁଝର କଳା ସଂସ୍କୃତି ବିକାଶରେ ଉଲ୍ଲେଖନୀୟ ଅବଦାନ ଓ ସେବା ପାଇଁ ସମ୍ବର୍ଦ୍ଧିତ କରାଯାଇଛି। ୩ ଦିନ ଧରି ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିପଦପୂର୍ଣ୍ଣ ସାନ କୁଣ୍ଡରେ ବ୍ୟାରିକେଡ୍‌ କରି ନାଲିପତାକା ପୋତାଯାଇଥିବା ବେଳେ ଘଟଗଁା ପୋଲିସ ପକ୍ଷରୁ ଏସ୍‌ଡିପିଓ ସୁଶୀଲ ମିଶ୍ର, ଏଏସ୍‌ଆଇ ଶିବ ପ୍ରସାଦ ଆଇଚ, ତପନ କୁମାର ଜେନାଙ୍କ ସହ ଏକ ସେକ୍ସନ ପୋଲିସ, ପାଟଣା ଅଗ୍ନିଶମ ବିଭାଗ ପକ୍ଷରୁ ଷ୍ଟେଶନ ପରିଚାଳକ ମନୋରଞ୍ଜନ ମହାନ୍ତଙ୍କ ନେତୃତ୍ୱରେ ୬ଜଣ ଉଦ୍ଧାରକାରୀ ଦଳ ସାନକୁଣ୍ଡ ନିକଟରେ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri