ସାମୂହିକ ଛୁଟିରେ ରହିବେ ୪୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ

ମୋରଡ଼ା,୧୪।୯(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧୀନରେ କାର୍ଯ୍ୟରତ ୪ଶହରୁ ଊର୍ଦ୍ଧ୍ୱ ଶିକ୍ଷକ ଶୁକ୍ରବାର ସାମୁହିକ ଛୁଟିରେ ରହିବେ। ଏନେଇ ଏକ ଦାବିପତ୍ର ମୋରଡ଼ା ବିଇଓ ମନମୋହନ ହେମ୍ବ୍ରମଙ୍କୁ ପ୍ରଦାନ କରାଯାଇଛି।

ସୂଚନା ଅନୁଯାୟୀ, ପ୍ରାଥମିକ ଶିକ୍ଷାରୁ ଠିକା ନିଯୁକ୍ତି ଉଚ୍ଛେଦ, କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ, ଶିକ୍ଷା ସହାୟକ ଓ ଶିକ୍ଷା କର୍ମୀ ଠିକା କାର୍ଯ୍ୟକାଳକୁ ନ୍ୟାଶନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ କରି ମୂଳ ଚାକିରିରେ ଗଣନା କରିବା ସହିତ ଏକ୍ସକ୍ୟାଡର ଶିକ୍ଷକ, କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକ ମାନ୍ୟତା ପ୍ରଦାନ, ସମସ୍ତ ବର୍ଗର ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ମୂଳ ବେତନ ଲେବୁଲ-୯ ଗ୍ରେଡ଼ପେ ୪୨୦୦ ପ୍ରଦାନ, ନୂତନ ପେନସନ ବ୍ୟବସ୍ଥାକୁ ଉଚ୍ଛେଦ କରି ପୁରୁଣା ପେନସନ ବ୍ୟବସ୍ଥା ପୁନଃ ପ୍ରଚଳନ ଆଦି ଦାବିରେ ଚଳିତ ମାସ ୧୧ତାରିଖରୁ ଶିକ୍ଷୟିତ୍ରୀ, ଶିକ୍ଷକମାନେ ମୋରଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ।

ତେବେ ଗୁରୁବାରଠାରୁ ବ୍ଲକର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ସାମୁହିକ ଛୁଟିରେ ରହି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସି କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ବୋଲି ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘର ସଭାପତି ରତିକାନ୍ତ ସାହୁ, ସୂର୍ଯ୍ୟକାନ୍ତ ସେଠି, ଭରତ ଚନ୍ଦ୍ର ମାର୍ଣ୍ଡି, ସନ୍ତୋଷ କୁମାର ବେହେରା, ହରେନ୍ଦ୍ର ମହାନ୍ତ ପ୍ରମୁଖ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri