ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ ଉର୍ଦ୍ଧ୍ୱ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ ଘଟିଛି। ଶନିବାର ରାଜ୍ୟରେ ୪,୮୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୨,୭୬୫କ୍ୱାରାଣ୍ଟାଇନ୍‌ରୁ ହୋଇଥିବା ବେଳେ ୨,୦୮୭ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୬୪୯ ଓ କଟକରୁୁ ୫୦୫ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୨୭୫, ବାଲେଶ୍ୱର ୩୬୪, ବରଗଡ଼ ୬୧, ଭଦ୍ରକ ୨୨୨, ବଲାଙ୍ଗୀର ୩୧, ବୌଦ୍ଧ ୫୭, ଦେବଗଡ଼ ୨୦, ଢ଼େଙ୍କାନାଳ ୧୫୦, ଗଜପତି ୪୮, ଗଞ୍ଜାମ ୪୦, ଜଗତସିଂହପୁର ୧୮୦, ଯାଜପୁର ୩୮୨, ଝାରସୁଗୁଡ଼ା ୧୬, କଳାହାଣ୍ଡି ୬୦, କନ୍ଧମାଳ ୮୩, କେନ୍ଦ୍ରାପଡ଼ା ୨୮୭, କେନ୍ଦୁଝର ୯୬, କୋରାପୁଟ ୮୮, ମାଲକାନଗିରି ୮୯, ମୟୁରଭଞ୍ଜ ୨୧୦, ନବରଙ୍ଗପୁର ୧୦୮, ନୟାଗଡ଼ ୧୩୬, ନୂଆପଡ଼ା ୨୨, ପୁରୀ ୨୩୭, ରାୟଗଡ଼ା ୧୦୫, ସମ୍ବଲପୁର ୪୧, ସୋନପୁର ୩୫, ସୁନ୍ଦରଗଡ଼ ୧୫୭ ଓ ଷ୍ଟେଟ ପୁଲରୁ ୯୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୪୭,୩୧୩ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୮୧,୪୮୮ଜଣ ସୁସ୍ଥ ହୋଇଥିବା ବେଳେ ୬୨,୫୧୫ସକ୍ରିୟ ମାମଲା ରହିଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri