୪୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ୧୯୫ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୯୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୮୭ ହଜାର ୯୮୭ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୧ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୯ ହଜାର ୬୬୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୨ କୋଟି ୩୬ ଲକ୍ଷ ୭୧ ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୮ କୋଟି ୭୩ ଲକ୍ଷ ୭୦ ହଜାର ୧୯୬ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୨୧ ଲକ୍ଷ ୨୪ ହଜାର ୯୫୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୨ ଲକ୍ଷ ୬୦ ହଜାର ୫୦ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୨୦ ଲକ୍ଷ ୭୭ ହଜାର ୭୦୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗାଁରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗାଁରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri