Posted inଜାତୀୟ

ଭାରତ ପାଇଁ ବିପଦ ଘଣ୍ଟି: ୭ ମାସରେ ୪୧୩ ଥର ଥରିଲାଣି ପୃଥିବୀ

ନୂଆଦିଲ୍ଲୀ,୧୮।୯: ଚଳିତବର୍ଷ ସାରା ବିଶ୍ୱରେ କରୋନା ମହାମାରୀ କାୟା ବିସ୍ତାର କରି ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଲାଣି। ଭାରତରେ ମଧ୍ୟ ଏହି ମହାମାରୀ ଯୋଗୁ ଅନେକ ଲୋକଙ୍କ ଜୀବନ ଗଲାଣି। ତେବେ ଭାରତ ପାଇଁ ଆଉ ଏକ ବିପଦ ସାଜିଛି ଭୂକମ୍ପ। ୨୦୨୦ ମସିହାରେ ଦେଶରେ ଅନେକ ଛୋଟ ଏବଂ ବଡ଼ ଭୂକମ୍ପ ଲୋକେ ଅନୁଭବ କରିଲେଣି। ଗତ ୭ ମାସରେ ଦେଶରେ ୪୧୩ଥର ଭୂକମ୍ପ ହୋଇଥିବା ବିଜ୍ଞାନ ଏବଂ ବୈଷୟିକ ମନ୍ତ୍ରୀ ଡା ହର୍ଷବର୍ଦ୍ଧନ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି।
୨୦୨୦ ମାର୍ଚ୍ଚରୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ଭାରତରେ ସମୁଦାୟ ୪୧୩ ଥର ଭୂକମ୍ପ ଘଟିଛି। ଜାତୀୟ ଭୂକମ୍ପ ବିଜ୍ଞାନ ନେଟୱାର୍କ (ଏନ୍‌ଏସ୍‌ଏନ୍‌)ଦ୍ୱାରା ଏହି ଭୂକମ୍ପ ଆକଳନ ବିଜ୍ଞାନ ମନ୍ତ୍ରଣାଳୟକୁ ଦିଆଯାଇଛି। ଏହି ୪୧୩ ଭୂକମ୍ପ ମଧ୍ୟରୁ ୧୩୫ଟି ଭୂକମ୍ପ ଏଭଳି ସୃଷ୍ଟି ହୋଇଥିଲା ଯାହାର ତୀବ୍ରତା ବହୁତ କମ ଥିଲା। ଏଭଳି ଭୂକମ୍ପକୁ ଲୋକେ ଅନୁଭବ କରିପାରି ନ ଥିଲେ। ୧୫୩ଟି ଭୂକମ୍ପ ଝଟ୍‌କା ଲୋକେ ଅନୁଭବ କରିପାରିଥିଲେ। କିନ୍ତୁ କୌଣସି ଅଧିତ୍କ କ୍ଷୟକ୍ଷତି ହୋଇ ନ ଥିଲା। ଏହି ସମୟ ମଧ୍ୟରେ ଭୂକମ୍ପ ତୀବ୍ରତା ରିକ୍ଟର ସ୍କେଲରେ ୩ରୁ ୩.୯ ଥିଲା। ୧୧୪ଥର ଭୂକମ୍ପ ୪.୦ରୁ ୪.୯ ତୀବ୍ରତାର ଥିଲା। ଯାହା ଦେଶର ବଡ ବଡ ସହରରେ ଅନୁଭୂତ ହୋଇଥିଲା। ସେହିପରି ୫.୦ରୁ ୫.୯ ତୀବ୍ରତାର ଭୂକମ୍ପ ୧୧ଥର ସୃଷ୍ଟି ହୋଇଥିଲା। ସୌଭାଗ୍ୟବଶତଃ ଏଥିରେ କୌଣସି ଲୋକ ମୃତାହତ ହୋଇ ନ ଥିଲେ। ଅବଶ୍ୟ କିଛି ଦୁର୍ବଳ କୋଠା ଏବଂ ସାଧାରଣ କ୍ଷୟକ୍ଷତି ହୋଇଥିବା ଜଣାପଡିଥିଲା। ଗତ ଏପ୍ରିଲ ଏବଂ ମେ ମାସରେ ଅଧିକଥର ଭୂକମ୍ପ ଅନୁଭୂତ ହୋଇଥିଲା। ୨୦୧୯ରେ ୪.୨ତୀବ୍ରତାର ୩୩୮ଟି ଭୂକମ୍ପ ହୋଇଥିଲା ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?