ଧର୍ମଶାଳା ପାଖର ଛକ ନିକଟରେ ଦୁର୍ଘଟଣା: ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି; ୫ରୁ ଅଧିକ…

ଧର୍ମଶାଳା,୧୬।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ପାଖର ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ୫ରୁ ଅଧିକ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମଇଁଷିଗୁଡ଼ିକ ଚରି ସାରି ଘରକୁ ଫେରୁଥିବା ସମୟରେ ଉକ୍ତ ଛକ ନିକଟରେ ଏକ ଅଜଣା ଗାଡ଼ି ଧକ୍କା ଦେଇ ଚାଲିଯାଇଥିଲା। ଘଟଣା ସ୍ଥଳରେ ଧର୍ମଶାଳା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Share