୭ଦିନରେ ଭାଙ୍ଗିଲେଣି ୫ରୁ ଅଧିକ ଘର

ନୂଆଗାଁ ,୧୮ା୮(ବିଜୟ ତ୍ରିପାଠୀ): ସୁନ୍ଦରଗଡ ଜିଲା ନୂଆଗାଁ ଅଞ୍ଚଳରେ ଗତ କିଛିଦିନ ହେବ ହାତୀ ଉପଦ୍ରବ୍ୟ ଥମିବାର ନଁା ଧରୁନାହିଁ। ୨ ଝାଡ଼ଖଣ୍ଡୀ ହାତୀ ଉଭୟ ବିଶ୍ରା ଓ ବୀରମିତ୍ରପୁର ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଆତଙ୍କ ଖେଳାଇଛନ୍ତି। ଯାହାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ୭ଦିନ ପୂର୍ବେ ବୀରମିତ୍ରପୁର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଗୋଲଦାରୁ ସ୍କୁଲରୁ ୨ଟି ହାତୀ ୫୦କି.ଗ୍ରା.ରୁ ଅଧିକ ଚାଉଳ ଖାଇଦେଇଥିବା ବେଳେ ଅଫିସ ଘରକୁ ମଧ୍ୟ ଭାଙ୍ଗିଦେଇଥିଲେ। ଏହି ଘଟଣା ପରେ ବୀରମିତ୍ରପୁର ବନ କର୍ମଚାରୀ ଉକ୍ତ ୨ହାତୀଙ୍କୁ ରାତିରେ ବାଗଡେଗା ଜଙ୍ଗଲ ଆଡ଼କୁ ଘଉଡ଼ାଇ ଦେଇଥିଲେ। ତେବେ ଉକ୍ତ ହାତୀ ୨ଦିନ ପୂର୍ବେ ପତ୍ରାଟୋଲି ଗ୍ରାମରେ ଆତଙ୍କ ଖେଳାଇଛନ୍ତି। ରାତିରେ ଧନସିଂ ଭୂମିଜଙ୍କ ଘର ଭାଙ୍ଗିବା ସହ ଆସବାବପତ୍ର ସବୁ ନଷ୍ଟ କରିଦେଇଛନ୍ତି। ସେହିଭଳି ବାରିଲେପ୍ଟା ପଞ୍ଚାୟତ ଗୁଡ଼ଗୁଡା ଗ୍ରାମରେ ବିଳାସ ବାଡ଼ାଙ୍କ ଘରଭାଙ୍ଗି ଦେଇଛନ୍ତି। ବୁଧବାର ରାତିରେ ପୁଣି ଗୋଟିଏ ଦନ୍ତାହାତୀ ବାଗଡେଗା ଗ୍ରାମରେ ପଶି ଦୁଧନାଥ ସାହୁଙ୍କ ଦୋକାନଘର ସଟର ଭାଙ୍ଗିଦେଇଥିବା ବେଳେ ଘୋଗା ଓରାମଙ୍କ ଘରକୁ ଭାଙ୍ଗିଦେଇଥିଲେ। ଗୋଠଛଡ଼ା ୨ ଦନ୍ତା ୨ ରେଞ୍ଜ ଅଞ୍ଚଳରେ ବହୁ କ୍ଷୟକ୍ଷତି କରୁଛନ୍ତି। ବନବିଭାଗ ଅଧିକାରୀ ହାତୀକୁ ଝାରଖଣ୍ଡ ଅଞ୍ଚଳକୁ ଘଉଡାଇବା ବଦଳରେ କେବଳ ଗୋଟିଏ ଜଙ୍ଗଲରୁ ଅନ୍ୟ ଜଙ୍ଗଲକୁ ଘଉଡାଇ ନିଜ କାର୍ଯ୍ୟ ସମ୍ପାଦନ କରୁଛନ୍ତି। ତେବେ ହାତୀଙ୍କୁ ଏହି ଅଞ୍ଚଳରୁ ସ୍ଥାୟୀଭାବେ କିପରି ଘଉଡାଯାଇପାରିବ ସେ ଦିଗରେ ବନବିଭାଗ ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?