୧୦ ଦିନରେ ୫ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୧୦ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହିଛି। ଫଳରେ ୫ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ୧୧୦ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର କରିଥିଲା। ତେବେ ଏବେ ପ୍ରତିଦିନ ଅଧାଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ଗତ ମାସେ ମଧ୍ୟରେ ଭାରତ ଆମେରିକା ଏବଂ ବ୍ରାଜିଲ୍‌ଠାରୁ ସଂକ୍ରମଣ କ୍ଷେତ୍ରରେ ଆଗୁଆ ରହିଛି। ଶନିବାର ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ୮୮ ହଜାର ୬୧୨ ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୪୨ ହଜାର ୫୧୮ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୧ ହଜାର ୫୩୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୯୩୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଶନିବାର ସୁଦ୍ଧା ୧୪ ଲକ୍ଷ ୨୭ ହଜାର ୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୬ ଲକ୍ଷ ୧୯ ହଜାର ୮୮ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଦେଶରେ ଅକ୍ରାନ୍ତଙ୍କ ସୁସ୍ଥ ହେବା ହାର ୬୮.୩୨ ପ୍ରତିଶତ ରହିଛି। ଅଗଷ୍ଟ ୭ ସୁଦ୍ଧା ଦେଶରେ ୨ କୋଟି ୩୩ ଲକ୍ଷ ୮୭ ହଜାର ୧୭୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ଶୁକ୍ରବାର ଗୋଟିଏ ଦିନରେ ୫ ଲକ୍ଷ ୯୮ ହଜାର ୭୭୮ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?