Posted inଜାତୀୟ

୫ଲକ୍ଷରୁ ଅଧିକ ଲୋକଙ୍କୁ ଆଉ ମିଳିବନି ମାଗଣା ରାଶନ, ଏହି କାରଣରୁ ତାଲିକାରୁ କଟିଲା ନାଁ

ସୀତାପୁର, ୨୨।୮: ମାଗଣା ରାଶନର ଲାଭ ପାଉଥିବା ଲୋକଙ୍କ ପାଇଁ ବଡ଼ ଖବର। ଏମାନଙ୍କର ରାସନ କାର୍ଡ଼ ତାଲିକାରୁ କଟିଯିବ ନାଁ। ପ୍ରାୟ ୫ ଲକ୍ଷ ୩୭ ହଜାର ୮୪୪ ଜଣ ରାସନ କାର୍ଡଧାରୀ ନାଁ ଲିଷ୍ଟରୁ କଟିଯିବ। ଏହା ସହିତ, ଆଗାମୀ ତିନି ମାସ ପାଇଁ ସେମାନଙ୍କ ନାମ ରାଶନ କାର୍ଡ ତାଲିକାରୁ ସ୍ଥଗିତ ରଖାଯିବ। ମାଗଣା ରାଶନ ପାଇବା ପାଇଁ e-KYC ସଂପୂର୍ଣ୍ଣ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ତାହା କରନ୍ତି ନାହିଁ, ତେବେ ଏହା ସହିତ ଆସୁଥିବା ଲାଭରୁ ଆପଣ ବଞ୍ଚିତ ହୋଇପାରନ୍ତି।

ଯେଉଁମାନେ ସେମାନଙ୍କର e-KYC ସଂପୂର୍ଣ୍ଣ କରିବାରେ ବିଫଳ ହୁଅନ୍ତି ସେମାନଙ୍କ ନାମ ରାଶନ କାର୍ଡ ତାଲିକାରୁ ହଟାଯିବ ବୋଲି ସରକାର ଘୋଷଣା କରିଛନ୍ତି। ଯୋଗାଣ ବିଭାଗ ଅନୁଯାୟୀ, ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସମସ୍ତ ରାଶନ କାର୍ଡଧାରୀଙ୍କୁ ଇ-କେୱାଇସି କରିବା ବାଧ୍ୟତାମୂଳକ ଥିଲା। ଏହି ପ୍ରକ୍ରିୟା ପାଇଁ ଅନେକ ଥର ସମୟସୀମା ବୃଦ୍ଧି କରାଯାଇଥିଲେ ମଧ୍ୟ, ଲକ୍ଷାଧିକ ହିତାଧିକାରୀ ଏହା ସମ୍ପୂର୍ଣ୍ଣ କରି ନାହାନ୍ତି। ବିଭାଗ ସ୍ପଷ୍ଟ କରିଛି ଯେ ପ୍ରଥମ ପର୍ଯ୍ୟାୟରେ ରାଶନ ବନ୍ଦ କରାଯିବ। ଏହା ପରେ, ସରକାରଙ୍କ ପରବର୍ତ୍ତୀ ନିର୍ଦ୍ଦେଶ ଅନୁଯାୟୀ ଏହି ହିତାଧିକାରୀଙ୍କ ନାମ ରାସନ କାର୍ଡ ତାଲିକାରୁ ସମ୍ପୂର୍ଣ୍ଣ ବାଦ ଦିଆଯାଇପାରେ।

ତଥାପି, ୫ ବର୍ଷରୁ କମ ବୟସର ୧୧,୧୨୩ ଶିଶୁଙ୍କ ନାମ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯିବ ନାହିଁ। ଏହି ପଦକ୍ଷେପ ସରକାରଙ୍କ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (NFSA) ଅନୁଯାୟୀ ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବା ଏବଂ କେବଳ ଯୋଗ୍ୟ ବ୍ୟକ୍ତିଙ୍କୁ ସବସିଡିଯୁକ୍ତ ଖାଦ୍ୟ ଶସ୍ୟ ଯୋଗାଇବାକୁ ଲକ୍ଷ୍ୟ ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri