କେନାଲରେ ୨୦ ଫୁଟର ଘାଇ: ୫୦ ଏକରରୁ ଊର୍ଦ୍ଧ୍ୱ ଚାଷଜମି ଜଳମଗ୍ନ

ଭବାନୀପାଟଣା,୩ା୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲର ବଗାଡ ନିକଟରେ ଶନିବାର ସନ୍ଧ୍ୟାରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ନିକଟରେ ଥିବା ପ୍ରାୟ ୫୦ ଏକରରୁ ଊର୍ଦ୍ଧ୍ୱ ଚାଷଜମିରେ ପାଣି ମାଡ଼ି ଯିବାରୁ ଧାନଚାଷ ନଷ୍ଟ ହେବା ଆଶଙ୍କା ରହିଛି।

ଚାଷୀଙ୍କ ଠାରୁ ମିଳିଥିବା ସୂଚନାନୁଯାୟୀ ବଗାଡ଼ ଗ୍ରାମର ଚାଷୀ ବସନ୍ତ ବେହେରାଙ୍କ ୧୫ ଏକର, ଆଶିଷ ବେହେରାଙ୍କ ୧୫ ଏକର, ଆଶୁତୋଷ ବେହେରାଙ୍କ ୧୦ ଏକର, ନନ୍ଦୀ ରଣାଙ୍କ ୫ ଏକର, ବୈକୁଣ୍ଠ ରଣାଙ୍କ ୫ ଏକର, ଋଷି ରଣାଙ୍କ ୪ ଏକର, ଯୋଗେନ୍ଦ୍ର ସାହୁଙ୍କ ୨ ଏକରଙ୍କ ସମେତ ଅନ୍ୟ କିଛି ଚାଷୀଙ୍କ ଚାଷଜମିରେ ପାଣି ମାଡ଼ିଯାଇଛି। ପ୍ରାୟ ୧୦-୧୫ ଦିନ ହେବ ଚାଷୀମାନେ ହଜାର ହଜାର ଟଙ୍କା ଖର୍ଚ୍ଚ କରି ଏହି ଜମିରେ ଧାନ ରୋଇଥିଲେ। ଏବେ ପାଣିରେ ସବୁ ଧୋଇ ହୋଇଯିବା ଓ ବାଲି ଓ ମାଟି ପୋତି ହେବା ଦ୍ୱାରା ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି।

ପ୍ରକାଶ ଯେ, ଏହା ପୂର୍ବରୁ ମଧ୍ୟ ଏହି ଠାରେ ଘାଇ ହୋଇ ଚାଷ ନଷ୍ଟ ହୋଇଥିଲା। ସେ ସମୟରେ ଗୋଟିଏ ପାର୍ଶ୍ୱରେ ଛୋଟ ଗାର୍ଡ ଓ୍ବାଲ୍‌ଟିଏ ନିର୍ମାଣ କରି ବିଭାଗ ଦାୟିତ୍ୱ ସାରି ଦେଇଥିଲା। କେନାଲରେ ଲାଇନିଂ କାମ ସହ ଅପରପାର୍ଶ୍ୱରେ ଗାର୍ଡ ଓ୍ବାଲ ନିର୍ମାଣ ପାଇଁ ଚାଷୀମାନେ ଅଭିଯୋଗ କରିଥିଲେ ହେଁ ଏଥିପ୍ରତି ବିଭାଗ ପକ୍ଷରୁ ଧ୍ୟାନ ଦିଆଯାଇ ନ ଥିଲା ବୋଲି କିଛି ଚାଷୀ ଅଭିଯୋଗ କରିଛନ୍ତି। କେନାଲର ତୁରନ୍ତ ମରାମତି କରାଯାଇ କ୍ଷତିଗ୍ରସ୍ତଚାଷୀଙ୍କର କ୍ଷୟକ୍ଷତି ଆକଳନ କରି ସହାୟତା ପ୍ରଦାନ ପାଇଁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri