ବିଜେଡିରେ ଯୋଗଦେଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ

ରାଜନଗର,୮।୧୨: କେନ୍ଦ୍ରପଡା ଜିଲା ରାଜନଗର ବ୍ଲକ କେରେଡାଗଡ ପଞ୍ଚାୟତର ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସକର୍ମୀ ବିଜେଡିରେ ଯୋଗଦେଇଛନ୍ତି। ରବିବାର ସନ୍ଧ୍ୟାରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ରାଜନଗର ବିଧାୟକ ଧ୍ରୁବସାହୁଙ୍କ ଉପସ୍ଥିତିରେ କଂଗ୍ରେସର କେରେଡାଗଡ ପଞ୍ଚାୟତର ୨ ନଂ. ୱାର୍ଡସଭ୍ୟ ଅନିରୁଦ୍ଧ ରଣା, ୩ ନଂ. ୱାର୍ଡସଭ୍ୟ କଳ୍ପତରୁ ପ୍ରଧାନ, ପୀତବାସ ପ୍ରଧାନ, ସୌଦାଗର ପ୍ରଧାନ, ଗିରିଧାରୀ ପାତ୍ର, କେଦାର ପ୍ରଧାନ, କୈଳାସ ଜେନା, ରମେଶ ନାୟକ, ଟୁକୁନା ପ୍ରଧାନ, ନବ କିଶୋର ନାୟକ, ନିତ୍ୟାନନ୍ଦ ଜେନା, ସହଦେବ ବାରିକ, ଜଗନ୍ନାଥ ସେଠୀ, ନୃସିଂହ ନାୟକ, ବଳରାମ ମାହାରି, ଅମୂଲ୍ୟ ବାରିକ, ଜଗଦେବ ବାରିକ, ବୀରେନ୍ଦ୍ର ମାଝି, ଶରତ ପାତ୍ର, ଅଂଶୁମାନ ନାୟକଙ୍କ ସମେତ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ ବିଜୁ ଜନତା ଦଳରେ ସାମିଲହୋଇଛନ୍ତି। ନବୀନ ସରକାରଙ୍କ ବିକାଶ ଓ ରାଜନଗରବିଧାୟକଙ୍କ ଉନ୍ନତିମୂଳକ କାମରେ ଆକୃଷ୍ଟ ହୋଇ ସେମାନେ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଥିବା କହିଛନ୍ତି। ଏହି ମିଶ୍ରଣ ପର୍ବର ବ୍ଲକ ବିଜେଡି ଉପସଭାପତି ନିରଞ୍ଜନ ରାଉତ, ବିଜେଡି ନେତା ଅରୁଣ କୁମାର ସାହୁ, ମନମୋହନ ବେହେରା, କଳ୍ପତରୁ ସାମଲ, ସର୍ବେଶ୍ୱର ନାୟକ, ଦୟାନିଧି ସ୍ବାଇଁ ଓ କେରେଡାଗଡ ବିଜେଡି ପଞ୍ଚାୟତ ସଭାପତି ପ୍ରଫୁଲ୍ଲ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri