୨୦୩ ଦିନରେ ୫୦ କୋଟିରୁ ଅଧିକ ଲୋକଙ୍କୁ ଟିକା…

ନୂଆଦିଲ୍ଲୀ,୭।୮: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନରେ ଇତି ମଧ୍ୟରେ ୫୦ କୋଟି ଲୋକଙ୍କୁ ଡୋଜ୍‌ ପ୍ରଦାନ କରାଯାଇଛି। ଏଥି ଲାଗି ୨୦୩ ଦିନ ସମୟ ଲାଗିଛି ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଶୁକ୍ରବାର ସୁଦ୍ଧା ୫୦ କୋଟି ୧୦ ଲକ୍ଷ ୯ ହଜାର ୬୦୯ ଜଣଙ୍କୁ ଡୋଜ ଦିଆଯାଇଛି। ସେଥିମଧ୍ୟରେ ୩୮ କୋଟି ୯୪ ଲକ୍ଷ ୭୫ ହଜାର ୫୨୦ ଜଣଙ୍କୁ ପ୍ରଥମ ଡୋଜ ଥିବାବେଳେ ୧୧ କୋଟି ୮ ଲକ୍ଷ ୭୩ ହଜାର ୩୪୬ ଜଣଙ୍କୁ ଉଭୟ ଡୋଜ ଦିଆଯାଇଛି।
ପ୍ରଥମ ୧୦ କୋଟି ଡୋଜ୍‌ ଦେବା ପାଇଁ ୮୫ ଦିନ ଲାଗିଥିଲା। ୧୦ରୁ ୨୦ କୋଟି ଲାଗି ୪୫ ଦିନ ସମୟ ଲାଗିଥିବାବେଳେ ୨୦ରୁ ୩୦ କୋଟି ପାଇଁ ୨୯ ଦିନ ଲାଗିଥିଲା। ୩୦ରୁ ୪୦ କୋଟି ଡୋଜ୍‌ ପାଇଁ ୨୪ ଦିନ ଲାଗିଥିବାବେଳେ ୫୦ କୋଟି ଟିକାକରଣ ଅର୍ଥାତ୍‌ ୧୦ କୋଟି ଡୋଜ୍‌ ଲାଗି ମାତ୍ର ୨୦ ଦିନ ସମୟ ଲାଗିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ୪୯ ଲକ୍ଷ ୫୫ ହଜାର ୧୩୮ ଡୋଜ ଦିଆଯାଇଛି। ସେଥିମଧ୍ୟରେ ୩୨ ଲକ୍ଷ ୧୦ ହଜାର ୬୧୩ ପ୍ରଥମ ଡୋଜ ଥିବାବେଳେ ୧୧ ଲକ୍ଷ ୧୯ ହଜାର ୬୦ ଜଣଙ୍କୁ ଦ୍ୱିତୀୟ ଡୋଜ୍‌ ଦିଆଯାଇଛି। ଇତିମଧ୍ୟରୋ ୧ କୋଟି ୩ ଲକ୍ଷ ୨୮ ହଜାର ୫୦୩ ସ୍ବାସ୍ଥ୍ୟସେବା କର୍ମଚାରୀ ପ୍ରଥମ ଡୋଜ ପାଇ ସାରିଛନ୍ତି। ଉଭୟ ଡୋଜ ୭୯,୫୧,୮୭୬ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯାଇଛି। ୧ କୋଟି ୮୦ ଲକ୍ଷ ୪୮ ହଜାର ୯୩୭ ଫ୍ରଣ୍ଟଲାଇନ କର୍ମଚାରୀଙ୍କୁ ପ୍ରଥମ ଡୋଜ ଦିଆଯାଇଛି।
୧୮ ରୁ ୪୪ ବର୍ଷ ବୟସ୍କଙ୍କ ମଧ୍ୟରେ ୧୭ କୋଟି ୨୩ ଲକ୍ଷ ୨୦ ହଜାର ୩୯୪ ଜଣଙ୍କୁ ପ୍ରଥମ ଡୋଜ ପ୍ରଦାନ କରାଯାଇଛି। ଏଥି ସହିତ, ୧ କୋଟି ୧୨ ଲକ୍ଷ ୫୬ ହଜାର ୩୧୭ ଜଣଙ୍କୁ ଉଭୟ ଡୋଜ ଦିଆଯାଇଛିି। ୪୫ ରୁ ୫୯ ବର୍ଷ ବୟସ୍କଙ୍କ ମଧ୍ୟରୁ ୧୧,୦୭,୬୬,୮୬୩ ଜଣଙ୍କୁ ପ୍ରଥମ ଏବଂ ୪,୧୯,୨୩,୯୨୦ ଉଭୟ ଡୋଜ ଦିଆଯାଇଛି। ୬୦ ବର୍ଷରୁ ଅଧିକ ବୟସ୍କଙ୍କ ମଧ୍ୟରେ ୭,୮୦,୧୦,୮୨୩ ଜଣ ପ୍ରଥମ ଡୋଜ ପ୍ରଦାନ କରାଯାଇଛ ଏବଂ ୩ ,୮୦,୯୦,୬୮୫ ଲୋକ ଉଭୟ ଡୋଜ ଗ୍ରହଣ କରିଛନ୍ତି। ପାଞ୍ଚଟି ରାଜ୍ୟ ମଧ୍ୟପ୍ରଦେଶ, ଗୁଜୁରାଟ, ରାଜସ୍ଥାନ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶରେ ୧୮ରୁ ୪୪ ବର୍ଷ ବୟସ୍କଙ୍କ ମଧ୍ୟରେ ୧ କୋଟିରୁ ଅଧିକ ଟିକା ଦିଆଯାଇଛି। ଆନ୍ଧ୍ରପ୍ରଦେଶ, ଆସାମ, ଛତିଶଗଡ, ଦିଲ୍ଲୀ, ହରିୟାଣା, ଝାଡଖଣ୍ଡ, କେରଳ, ତେଲେଙ୍ଗାନା, ହିମାଚଳ ପ୍ରଦେଶ, ଓଡିଶା, ପଞ୍ଜାବ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ ଆଦି ପ୍ରତି ରାଜ୍ୟରେ ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ୧୦ ଲକ୍ଷରୁ ଅଧିକ ଲୋକଙ୍କୁ ଟିକା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?