୫ ଦିନ ହେବ ଅନ୍ଧାରରେ ୫୦ରୁ ଊର୍ଦ୍ଧ୍ୱ ପରିବାର

କୋରୁକୋଣ୍ଡା,୨୩ା୩(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦାଶିବପୁର ଗ୍ରାମର ୫୦ରୁ ଊର୍ଦ୍ଧ୍ୱ ପରିବାର ଆଜକୁ ୫ ଦିନ ହେବ ଅନ୍ଧାରରେ ରାତ୍ରିଯାପନ କରୁଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, କିଛିଦିନ ତଳେ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ଆସିଥିବା ସମୟରେ ଗ୍ରାମରୁ ବିଜୁଳି ଚାଲିଯାଇଥିଲା। ତା’ପର ଦିନ ଗ୍ରାମବାସୀ ବିଦ୍ୟୁତ ବିଭାଗକୁ ଖବର ଦେବା ପରେ ବିଦ୍ୟୁତ ବିଭାଗର କର୍ମଚାରୀମାନେ ଆସି ଠିକ୍‌ କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ କୌଣସି କାରଣବଶତଃ ଗୋଟିଏ ଫେଜ୍‌ କାମ କରୁଛି ଅନ୍ୟଟି କାମ କରୁନି କହି ବିଭାଗୀୟ କର୍ମୀମାନେ ଚାଲିଯାଇଥିଲେ ଏବଂ ନୂଆ ଟ୍ରାନ୍ସଫର୍ମର ଆସିଲେ ହେବ ବୋଲି କହିଥିଲେ। ସେହିଦିନଠାରୁ ଗ୍ରାମର କିଛି ଘରେ ବିଜୁଳିବତୀ ଜଳୁଥିବା ବେଳେ ପ୍ରାୟ ଅଧିକାଂଶ ପରିବାର ଅନ୍ଧାରରେ ଚାଲୁଛନ୍ତି। ଏନେଇ ଗ୍ରାମବାସୀ ବାରମ୍ବାର ବିଦ୍ୟୁତ ବିଭାଗ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି ସୁଫଳ ମିଳି ନ ଥିବା ଗ୍ରାମବାସୀ କହିଛନ୍ତି।

ସୂଚନାଥାଉକି, ଜିଲାର ସଦାଶିବପୁର ଗ୍ରାମଟି ବାଲିମେଳା ଜଳବିଦ୍ୟୁତ୍‌ କେନ୍ଦ୍ରଠାରୁ ମାତ୍ର ୮କିମି ଦୂରରେ ଅବସ୍ଥିତ ଥିବା ବେଳେ ଦୀପତଳ ଅନ୍ଧାର ପରି ସେହି ଗ୍ରାମର ଅବସ୍ଥା ଏମିତି। ଏନେଇ ବିଜୁଳି ବିଭାଗ ଅଧିକାରୀଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇ ନ ଥିଲା।

ଜଳବିଦ୍ୟୁତ୍‌ କେନ୍ଦ୍ରଠାରୁ ମାତ୍ର ୮କିମି ଦୂରରେ ଅବସ୍ଥିତ ରହିଥିବା ବେଳେ ସେହି ଗ୍ରାମର ଅବସ୍ଥା ଯଦି ଏମିତି ତେବେ ଅନ୍ୟ ଅଞ୍ଚଳ କଥା ପଚାରେ କିଏ। ସାକାର ହିତାଧିକାରୀଙ୍କ ସୁବିଧା ଏବଂ ଉନ୍ନତମାନର ବିଜୁଳି ସେବା ପାଇବା ପାଇଁ ବିଜୁଳି ବିଭାଗକୁ ଘରୋଇ କାରଣ କରିଛନ୍ତି। ହେଲେ ପୂର୍ବଠାରୁ ବିଜୁଳି ସମସ୍ୟା ବଳିପଡ଼ିଲାଣି। ଏନେଇ ବିଜୁଳି ବିଭାଗ ଅଧିକାରୀଙ୍କୁ ଯୋଗାଯୋଗ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଯୋଗାଯୋଗ ସମ୍ଭବପର ହୋଇ ନ ଥିଲା। ଆଗାମୀ ଦିନରେ ଦେଖିବାକୁ ବାକି ରହିଲା କେବେ ବିଜୁଳି ପାଉଛନ୍ତି ସଦାଶିବପୁରବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri