Posted inଜାତୀୟ

ପଞ୍ଚାୟତ ନିର୍ବାଚନରେ ଶିନ୍ଦେ-ଭାଜପା ମେଣ୍ଟକୁ ବଡ ସଫଳତା

ମୁମ୍ବାଇ,୨୦ ।୯: ମହାରାଷ୍ଟ୍ର ଗ୍ରାମ ପଞ୍ଚାୟତ ନିର୍ବାଚନ ଫଳାଫଳରେ ରାଜ୍ୟର ଶାସକ ଶିନ୍ଦେ-ଭାଜପା ମେଣ୍ଟକୁ ବଡ ସଫଳତା ମିଳିଥିବା ଦାବି କରାଯାଇଛି । ମହାରାଷ୍ଟ୍ର ଭାଜପା ଅଧ୍ୟକ୍ଷ ଚନ୍ଦ୍ରଶେଖର ବାବନକୁଲେ କହିଛନ୍ତି, ରାଜ୍ୟର ଜନତା ଶିନ୍ଦେ-ଫଡ଼ନାଭିସ ସରକାରଙ୍କ ଉପରେ ମୋହର ଲଗାଇ ଦେଇଛନ୍ତି । ସେ ଦାବି କରିଛନ୍ତି ଯେ ୫୦ ପ୍ରତିଶତରୁ ଅଧିକ ନବନିର୍ବାଚିତ ସରପଞ୍ଚ ଏହି ମେଣ୍ଟକୁ ସମର୍ଥନ କରୁଛନ୍ତି ।
ଭାରତୀୟ ଜନତା ପାର୍ଟି(ଭାଜପା) ନେତା ବାବନକୁଲେ କହିଛନ୍ତି, ମହାରାଷ୍ଟ୍ରର ୧୬ ଜିଲାରେ ୫୪୭ ଗ୍ରାମ ପଞ୍ଚାୟତ ନିର୍ବାଚନ ରବିବାର ହୋଇଥିଲା । ଏଥିରେ ୭୬ ପ୍ରତିଶତରୁ ଅଧିକ ମତଦାନ ହୋଇଥିଲା । ସୋମବାର ଭୋଟ ଗଣତି ହୋଇଥିଲା । ଏହି ନିର୍ବାଚନ ଦଳିତ ଆଧାରରେ ହୋଇ ନ ଥିଲା । ହେଲେ ବିଜୟ ପରେ ୫୦ ପ୍ରତିଶତରୁ ଅଧିକ ସରପଞ୍ଚ ଆମ ମେଣ୍ଟ ସରକାରକଚ ସମର୍ଥନ କରିଛନ୍ତି ।
ଗ୍ରାମ ପଞ୍ଚାୟତ ବ୍ୟତୀତ ସରପଞ୍ଚ ନିର୍ବାଚନ ସିଧାସଳଖ ଭାବେ ହୋଇଥିଲା । ଏଥିରେ ୨୫୯ ପଦରେ ଭାଜପା ସମର୍ଥିତ ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ଏହାସହ ଶିନ୍ଦେଙ୍କ ନେତୃତ୍ୱରେ ସମର୍ଥିତ ୪ ସରପଞ୍ଚ ବିଜୟୀ ହୋଇଛନ୍ତି । ଏହିଭଳି ଭାବେ ୫୦ ପ୍ରତିଶତରୁ ଅଧିକ ସରପଞ୍ଚ ଶାସକ ମେଣ୍ଟରୁ ନିର୍ବାଚିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?