୫୦ରୁ ଅଧିକ ଗାଁ ପାଉଁଶମୟ

କଣିହଁା, ୧୯।୩ (ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ବିଦ୍ୟୁତ୍‌ ପ୍ରକଳ୍ପ ଠିକ୍‌ ଭାବେ ପାଉଁଶ ପରିଚାଳନା କରୁ ନ ଥିବାରୁ ଏହାର ସିଧାସଳଖ ପ୍ରଭାବ ଅଞ୍ଚଳବାସୀଙ୍କୁ ଭୋଗିବାକୁ ପଡ଼ୁଥିବା ଅଭିଯୋଗ ହେଉଛି। ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ଅପରାହ୍ନରେ ଜୋର୍‌ଦାର ପବନ ହେବାରୁ ପ୍ରବଳ ମାତ୍ରାରେ ପାଉଁଶ ଉଡ଼ି ୫୦ରୁ ଅଧିକ ଗଁା ପରିବେଶକୁ ପାଉଁଶମୟ କରିଦେଇଥିଲା। ୨ ଘଣ୍ଟାରୁ ଅଧିକ ସମୟ ଧରି ଏହି ପାଉଁଶ ଉଡିବାରୁ ଅଞ୍ଚଳ କୁହୁଡ଼ି ତଳେ ଥିବା ଭଳି ଦୃଶ୍ୟମାନ ହୋଇଥିଲା। ଫଳରେ ଘର, ବଜାର, ସ୍ବାସ୍ଥ୍ୟକେନ୍ଦ୍ର, ବିଭିନ୍ନ କାର୍ଯ୍ୟାଳୟରେ ମୋଟା ଆସ୍ତରଣର ପାଉଁଶ ଜମିଯାଇଥିଲା। ତେବେ ସାରେ ପବନ ଥମିବା ଓ ସାମାନ୍ୟ ବର୍ଷା ଯୋଗୁ ପାଉଁଶରୁ ନିସ୍ତାର ମିଳିଥିଲା।
ସ୍ଥାନୀୟ ବାସିନ୍ଦାଙ୍କ କହିବା ଅନୁଯାୟୀ, କଣିହାଁ ବ୍ଲକରେ ରହିଥିବା ବିଭିନ୍ନ ବିଦ୍ୟୁତ୍‌ ପ୍ରକଳ୍ପରେ ଉପଯୁକ୍ତ ଭାବେ ପାଉଁଶ ପରିଚାଳନା କରାଯାଉ ନାହିଁ। ପରିବହନ ନାମରେ ବେଆଇନ ପାଉଁଶ ଗଦା, ପାଉଁଶ ପୋଖରୀରେ ଅବ୍ୟବସ୍ଥା ସହିତ ମାଟି ଘୋଡାଇବା ଆଦି କରାଯାଉ ନ ଥିବାରୁ ପ୍ରାୟ ସମୟରେ ପାଉଁଶ ଉଡ଼ୁଛି। ସେହିପରି କଣିହଁା କୋଇଲା ଖଣିରୁ ମଧ୍ୟ କୋଇଲା ଗୁଣ୍ଡ ଉଡ଼ୁଛି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ କରୁ ନ ଥିବା ଓ ବଳିଷ୍ଠ ପଦକ୍ଷେପ ନେଉ ନ ଥିବା ପ୍ରତିବାଦ କରି ଅଞ୍ଚଳବାସୀ କଣିହାଁ ବରଛକଠାରେ ସାରେ ରାସ୍ତା ଅବରୋଧ କରିଥିଲେ। ଏଥିଯୋଗୁ ଏହି ରାସ୍ତା ଦେଇ ଯାତାୟାତ କରୁଥିବା କୋଇଲା ଓ ପାଉଁଶ ପରିବହନ ଗାଡ଼ିଗୁଡ଼ିକ ଖବର ଲେଖାହେବା ବେଳଯାଏ ଅଟକି ରହିଛି। ଏ ନେଇ ତହସିଲଦାର ଡାନିଏଲ ଏକ୍କା କହିଛନ୍ତି, ଅଞ୍ଚଳବାସୀ କିପରି ପାଉଁଶ ସମସ୍ୟାର ସମ୍ମୁଖୀନ ନ ହେବେ ସେ ନେଇ ପ୍ରକଳ୍ପ କର୍ତ୍ତୃପକ୍ଷଙ୍କ ସମେତ ଉଚ୍ଚ ପଦାଧିକାରୀଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

ମ୍ୟୁଟେଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri