ଦେଶରେ ଦୈନିକ ଖୋଲୁଛି ୫୦୦ରୁ ଅଧିକ କମ୍ପାନୀ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଦେଶରେ ଶିଳ୍ପକୁ ପ୍ରୋତ୍ସାହିତ କରିବା ପାଇଁ ଲୋକମାନେ ଚାକିରି ଖୋଜିବା ପରିବର୍ତ୍ତେ କିପରି ନିଯୁକ୍ତି ପ୍ରଦାନ କରିପାରିବେ ସେ ଦିଗ ପ୍ରତି ଗୁରୁତ୍ୱ ଦିଆଯାଉଛି । ଏହି କ୍ରମରେ ଦେଶରେ ଘରୋଇ କମ୍ପାନୀ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଦେଶରେ ପ୍ରତିଦିନ ୫୦୦ରୁ ଅଧିକ କମ୍ପାନୀ ଖୋଲୁଛି। ୨୦୨୩-୨୪ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଦେଶରେ ମୋଟ ୨୬ ଲକ୍ଷରୁ ଅଧିକ କମ୍ପାନୀ ଖୋଲାଯାଇଛି।

ସରକାରୀ ତଥ୍ୟ ଅନୁଯାୟୀ, ୨୦୨୪ ମାର୍ଚ୍ଚ ଶେଷ ସୁଦ୍ଧା ଦେଶରେ ୨୬,୬୩,୦୧୬ କମ୍ପାନୀ ଖୋଲିଛି। ସେଥିମଧ୍ୟରୁ ୧୬,୯୧,୪୯୫ କମ୍ପାନୀ (୬୪ ପ୍ରତିଶତ) ମଧ୍ୟ ସକ୍ରିୟ ଅଛନ୍ତି। ଗତ ଆର୍ଥିକ ବର୍ଷରେ ଦେଶରେ ୧.୮୫ ଲକ୍ଷରୁ ଅଧିକ କମ୍ପାନୀ ପଞ୍ଜୀକୃତ ହୋଇଥିଲେ। କେବଳ ଚଳିତ ବର୍ଷ ମାର୍ଚ୍ଚରେ ପ୍ରାୟ ୧୬,୬୦୦ କମ୍ପାନୀ ପଞ୍ଜୀକୃତ ହୋଇଛନ୍ତି। ତଥ୍ୟ ଅନୁଯାୟୀ, ୨୦୨୨-୨୩ ଆର୍ଥିକ ବର୍ଷରେ ୧,୫୯,୫୨୪ କମ୍ପାନୀ ପଞ୍ଜୀକୃତ ହୋଇଥିଲେ। ସେମାନଙ୍କର ପେଡ ଅପ ପୁଞ୍ଜି ଥିଲା ୧୮,୧୩୨.୧୬ କୋଟି। କର୍ପୋରେଟ ମନ୍ତ୍ରଣାଳୟର ସୂଚନାନୁସାରେ, ଗତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଦେଶରେ ଅତି କମରେ ୯,୩୧,୬୪୪ କମ୍ପାନୀ ବନ୍ଦ ହୋଇଯାଇଥିଲା।

ଏହା ବ୍ୟତୀତ ୨,୪୭୦ କମ୍ପାନୀ ନିଷ୍କ୍ରିୟ ଥିଲେ ଏବଂ ୧୦,୩୮୫ କମ୍ପାନୀ ଦେବାଳିଆ ହେବା ସ୍ଥିତିରେ ଅଛନ୍ତି। ଅନ୍ୟପଟେ ୨୭,୦୨୨ କମ୍ପାନୀକୁ ସରକାରୀ ରେକର୍ଡରୁ ହଟାଇବା ପ୍ରକ୍ରିୟା ଚାଲିଥିଲା। ୨୦୨୩-୨୪ ଆର୍ଥିକ ବର୍ଷରେ ପଞ୍ଜୀକୃତ ହୋଇଥିବା ୧,୮୫,୩୧୨ କମ୍ପାନୀର ମୋଟ ପୁଞ୍ଜି ୩୦,୯୨୭.୪୦ କୋଟି ଟଙ୍କା ଥିଲା। ସେଥିମଧ୍ୟରୁ ୭୧ ପ୍ରତିଶତ ସେବା କ୍ଷେତ୍ରରେ, ୨୩ ପ୍ରତିଶତ ଶିଳ୍ପ ବିଭାଗରେ ଏବଂ ୬ ପ୍ରତିଶତ କୃଷି କ୍ଷେତ୍ରରେ ଆରମ୍ଭ ହୋଇଛି। ତେବେ ମହାରାଷ୍ଟ୍ରରେ ସର୍ବାଧିକ ୧୭.୬ ପ୍ରତିଶତ ନୂତନ କମ୍ପାନୀ ପଞ୍ଜିକୃତ ହୋଇଛନ୍ତି। ମାର୍ଚ୍ଚ ୩୧, ୨୦୨୪ ପର୍ଯ୍ୟନ୍ତ, ୫,୧୬୪ ବିଦେଶୀ କମ୍ପାନୀ ମଧ୍ୟ ଦେଶରେ ପଞ୍ଜୀକୃତ ହୋଇଥିଲେ। ସେଥିମଧ୍ୟରୁ ୩,୨୮୮ କମ୍ପାନୀ (୬୪ ପ୍ରତିଶତ) ସକ୍ରିୟ ଥିଲେ। ୨୦୨୪ ମାର୍ଚ୍ଚରେ ଭାରତରେ ୬୭ ପ୍ରତିଶତ ନିର୍ଦ୍ଦେଶକ ପୁରୁଷ ଏବଂ ୩୩ ପ୍ରତିଶତ ମହିଳା ଥିଲେ। ନୂତନ ନିର୍ଦ୍ଦେଶକଙ୍କ ମଧ୍ୟରୁ ୪୩ ପ୍ରତିଶତଙ୍କ ବୟସ ୩୧ ରୁ ୪୫ ବର୍ଷ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri