ଅଣ୍ଡାରୁ ବାହାରିଲେ ୫ ଶହରୁ ଊର୍ଦ୍ଧ୍ୱ କୁମ୍ଭୀର

ବନ୍ତଳା, ୨।୮(ଡି.ଏନ୍‌.ଏ.) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ମଗର କୁମ୍ଭୀର ଦେଇଥିବା ଅଣ୍ଡାରୁ ଜନ୍ମ ନେଇଛନ୍ତି ୫ ଶହରୁ ଊର୍ଦ୍ଧ୍ୱ ଛୁଆ। ଗତ ଜୁଲାଇ ମାସରେ ବିଭିନ୍ନ ସ୍ଥାନରେ ମଗର ଛୁଆ ଅଣ୍ଡାରୁ ବାହାରି ପାଣି ଥିବା ବୁଦା ମୂଳରେ ଲାଗି ରହିଛନ୍ତି। ଆଠମଲ୍ଲିକ ବିନିକେଇଠାରୁ କଟରଙ୍ଗ ପର୍ଯ୍ୟନ୍ତ ଗଣ୍ଡ କୂଳରେ ଖରା ଦିନେ କୁମ୍ଭୀର ଗଣ ଅଣ୍ଡାଦାନ କରିଥିଲେ। ବାଗଧାରା ଖାଲ, ମହଲ ଡିଗା, ବଳଦ ମରା, ଝରଝରି, କୁମ୍ଭୀର ସ୍କିମ ତଳ, ମଝିପଡା ଘାଟ, ମାରଡ଼ା, ପୁରୁଣା ନେଚର କ୍ୟାମ୍ପ ଅଞ୍ଚଳ ବାଲି ଭିତରେ ପ୍ରାୟ ୧୦ଟି କୁମ୍ଭୀର ଅଣ୍ଡା ଆନୁମାନିକ ୪୦ରୁ ୭୦ ଲେଖାଏଁ ଅଣ୍ଡା ଦେଇଥିଲେ। ଛୁଆଗୁଡିକୁ ମା’ କୁମ୍ଭୀର ଜଗି ରହିଛନ୍ତି। ଏଥିସହ କୁମ୍ଭୀର ଛୁଆଗୁଡିକୁ ସୁରକ୍ଷା ଦେବା ପାଇଁ ବନ ବିଭାଗ ପକ୍ଷରୁ ସତର୍କ ଦୃଷ୍ଟି ରଖାଯାଇଛି। ଏ ବିଷୟରେ ସାତକୋଶିଆ ଡିଏଫ୍‌ଓ ରାମାସ୍ବାମୀ ପି କୁହନ୍ତି, ବିଭାଗ ପକ୍ଷରୁ ବୋଟ୍‌ରେ ପାଟ୍ରୋଲିଂ କରାଯାଉଛି। କୁମ୍ଭୀର ଛୁଆ ଥିବା ସ୍ଥାନକୁ କୌଣସି ଲୋକଙ୍କୁ ଛଡ଼ା ଯାଉନାହିଁ। ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ସେହି ଅଞ୍ଚଳକୁ ଯିବାକୁ ବାରଣ କରାଯାଇଛି। ସୂଚନାଥାଉ କି, ଜାନୁୟାରୀ ୯ରୁ ୧୧ ତାରିଖ ଯାଏ ହୋଇଥିବା ଗଣନାରେ ଅନୁଗୋଳ ବନମଣ୍ଡଳରେ ମୋଟ୍‌ ୧୩୧ଟି କୁମ୍ଭୀର ଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri