୫୦୦ ଉପରେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୫ ହଜାର ୯୦୬ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୫୬୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୬ ହଜାର ୪୭୯ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୨୩୫ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ ରହିଛି।

ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୭ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୭୨ ହଜାର ୫୯୪ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୧.୨୩ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୯ ରହିଛି।

ସକ୍ରିୟ ମାମଲା ୦.୫୧ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୪ ହଜାର ୨୬୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୨ କୋଟି ୧୦ ଲକ୍ଷ ୪୩ ହଜାର ୨୫୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୭ ଲକ୍ଷ ୪୦ ହଜାର ୬୭୬ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୯ କୋଟି ୯୭ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୫ ଲକ୍ଷ ୪୮ ହଜାର ୬୦୫ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୨୭ ହଜାର ୪୫୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବ୍ୟାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri