ସାର ପାଇଁ ଠେଲାପେଲା: ଚେତା ଶୂନ୍ୟ ହୋଇପଡିଲେ ମହିଳା ଚାଷୀ, ଘଟଣାସ୍ଥଳରେ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଭୋରରୁ ସାର ପାଇଁ ୫ ଶହରୁ ଊଦ୍ଧର୍‌ବ ଚାଷୀଙ୍କ ଭିଡ଼ ଲାଗିରହିଥିଲା। ସେମାନେ ନିଜ ନିଜର ଆଧାରକାର୍ଡକୁ ତଳେ ଲାଇନରେ ରଖି ଅପେକ୍ଷା କରିଥିଲେ। ଆବଶ୍ୟକ ଅନୁସାରେ ସାର ନ ଥିବାରୁ ଚାଷୀଙ୍କ ମଧ୍ୟରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ପୂର୍ବାହ୍ନ ପ୍ରାୟ ସାଢେ ୯ ଟାରେ କାର୍ଯ୍ୟାଳୟ ଖୋଲାଯିବା ପରେ ସାର ନେବାକୁ ଚାଷୀଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ସେବତୀ ଦୋରା ନାମ୍ନୀ ଜଣେ ଠେଲାପେଲାରେ ଅଣ ନିଃଶ୍ୱାସୀ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କୁ ଉପସ୍ଥିତ କିଛି ବ୍ୟକ୍ତି ପରିବାର ଲୋକଙ୍କ ସହାୟତାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେ ସୁସ୍ଥ ହେବାରୁ ଘରକୁ ଫେରିଥିଲେ। ଖବରପାଇ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସମବାୟ ସମ୍ପାଦକ କମଳ କାନ୍ତ ମିଶ୍ରଙ୍କ ସହ ଆଲୋଚନା କରିବା ପରେ ଚାଷୀଙ୍କୁ ସାର ବଣ୍ଟନ କରାଯାଇଥିଲା। ସମବାୟ ସମ୍ପାଦକଙ୍କୁ ଏନେଇ ପଚାରିବାରୁ ଗତ ୧ ତାରିଖରେ ମାତ୍ର ୨୨୫ ବସ୍ତା ୟୁରିଆ ସାର ସୋସାଇଟିକୁ ଆସିଥିଲା। ଚଳିତବର୍ଷ ଆଗୁଆ ବର୍ଷା ଯୋଗୁ ଚାଷୀ ଶୀଘ୍ର ଧାନ ଚାଷ ଆରମ୍ଭ କରିଦେଇଛନ୍ତି। ଫଳରେ ଚାଷୀଙ୍କୁ ୟୁରିଆ ସାର ଆବଶ୍ୟକ। ଚାଷୀ ସାର ଯୋଗାଣ ସ୍ଥିତିକୁ ଅନୁଭବ ନକରି ସାର ପାଇଁ ସୋସାଇଟିକୁ ଧାଇଁ ଆସୁଛନ୍ତି। ଗୁରୁବାର ସକାଳେ ବହୁ ସଂଖ୍ୟକ ଚାଷୀ ସୋସାଇଟିକୁ ଆସିବାରୁ ସେ ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ, ପୋଲିସକୁ ଜଣାଇଥିଲେ। ପରେ ତହସିଲଦାରଙ୍କ ଉପସ୍ଥିତିରେ ପ୍ରଥମ ପର୍ଯ୍ୟାୟରେ ସମବାୟ ସମିତିରୁ କୃଷି ଋଣ ନେଇଥିବା ଚାଷୀଙ୍କୁ ଅଗ୍ରାଧିକାର ଭିତ୍ତିରେ ସାର ବଣ୍ଟନ କରାଯାଇଥିଲା। ଦିନେ ଦୁଇଦିନ ମଧ୍ୟରେ ୬୭୫ ବସ୍ତା ୟୁରିଆ ସାର ସୋସାଇଟିକୁ ଆସିବ। ଯେଉଁ ଚାଷୀମାନେ ଆଦୌ ସାର ପାଇ ନାହାନ୍ତି ସେମାନଙ୍କୁ ସାର ଯୋଗାଇଦିଆଯିବ ବୋଲି ସେ କହିଛନ୍ତି। ଗହଳିରେ ଜଣେ ମହିଳା ଚାଷୀ ଚେତାଶୂନ୍ୟ ହୋଇ ତଳେ ପଡ଼ିଯିବା ଖବର ସମ୍ପର୍କରେ ସେ କିଛି ଜାଣିନଥିବା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ତହସିଲଦାରଙ୍କ ନିର୍ଦ୍ଦେଶ ଅନୁସାରେ ଚାଷୀଙ୍କ ଭିଡ଼ ନିୟନ୍ତ୍ରଣ ପାଇଁ ସମବାୟ କାର୍ଯ୍ୟାଳୟ ସମ୍ମୁଖରେ ଖୁବଶୀଘ୍ର ବ୍ୟାରିକେଟ ନିର୍ମାଣ କରାଯିବ ବୋଲି ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଖେଳାଳିଙ୍କୁ ଏମିତି କହିଦେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…

ଡାଏଲଗ ନାହିଁ, ଦର୍ଶକଙ୍କୁ ଦୁଇ ଘଣ୍ଟା ବାନ୍ଧି ରଖୁଛି ଏହି ଫିଲ୍ମ

ମୁମ୍ବାଇ: ଡାଏଲଗ୍‌ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ଗ୍ରୀନଫିଲ୍ଡ ଷ୍ଟାଡିୟମ ବାହାରେ ଲାଗିଲା MS Dhoniଙ୍କ ୫୦ ଫୁଟର ‘କଟ ଆଉଟ’, ଜାଣନ୍ତୁ କେତେବେଳେ ଆରମ୍ଭ ହେବ IND vs NZ ପଞ୍ଚମ T20

ନୂଆଦିଲ୍ଲୀ,୩୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ T20 ସିରିଜର ଶେଷ ମ୍ୟାଚ ଶନିବାର ତିରୁଭାନନ୍ତପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯିବ। ଏଠାରେ ଚାରୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri