ସାର ପାଇଁ ଠେଲାପେଲା: ଚେତା ଶୂନ୍ୟ ହୋଇପଡିଲେ ମହିଳା ଚାଷୀ, ଘଟଣାସ୍ଥଳରେ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଭୋରରୁ ସାର ପାଇଁ ୫ ଶହରୁ ଊଦ୍ଧର୍‌ବ ଚାଷୀଙ୍କ ଭିଡ଼ ଲାଗିରହିଥିଲା। ସେମାନେ ନିଜ ନିଜର ଆଧାରକାର୍ଡକୁ ତଳେ ଲାଇନରେ ରଖି ଅପେକ୍ଷା କରିଥିଲେ। ଆବଶ୍ୟକ ଅନୁସାରେ ସାର ନ ଥିବାରୁ ଚାଷୀଙ୍କ ମଧ୍ୟରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ପୂର୍ବାହ୍ନ ପ୍ରାୟ ସାଢେ ୯ ଟାରେ କାର୍ଯ୍ୟାଳୟ ଖୋଲାଯିବା ପରେ ସାର ନେବାକୁ ଚାଷୀଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ସେବତୀ ଦୋରା ନାମ୍ନୀ ଜଣେ ଠେଲାପେଲାରେ ଅଣ ନିଃଶ୍ୱାସୀ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କୁ ଉପସ୍ଥିତ କିଛି ବ୍ୟକ୍ତି ପରିବାର ଲୋକଙ୍କ ସହାୟତାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସେ ସୁସ୍ଥ ହେବାରୁ ଘରକୁ ଫେରିଥିଲେ। ଖବରପାଇ ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସମବାୟ ସମ୍ପାଦକ କମଳ କାନ୍ତ ମିଶ୍ରଙ୍କ ସହ ଆଲୋଚନା କରିବା ପରେ ଚାଷୀଙ୍କୁ ସାର ବଣ୍ଟନ କରାଯାଇଥିଲା। ସମବାୟ ସମ୍ପାଦକଙ୍କୁ ଏନେଇ ପଚାରିବାରୁ ଗତ ୧ ତାରିଖରେ ମାତ୍ର ୨୨୫ ବସ୍ତା ୟୁରିଆ ସାର ସୋସାଇଟିକୁ ଆସିଥିଲା। ଚଳିତବର୍ଷ ଆଗୁଆ ବର୍ଷା ଯୋଗୁ ଚାଷୀ ଶୀଘ୍ର ଧାନ ଚାଷ ଆରମ୍ଭ କରିଦେଇଛନ୍ତି। ଫଳରେ ଚାଷୀଙ୍କୁ ୟୁରିଆ ସାର ଆବଶ୍ୟକ। ଚାଷୀ ସାର ଯୋଗାଣ ସ୍ଥିତିକୁ ଅନୁଭବ ନକରି ସାର ପାଇଁ ସୋସାଇଟିକୁ ଧାଇଁ ଆସୁଛନ୍ତି। ଗୁରୁବାର ସକାଳେ ବହୁ ସଂଖ୍ୟକ ଚାଷୀ ସୋସାଇଟିକୁ ଆସିବାରୁ ସେ ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ, ପୋଲିସକୁ ଜଣାଇଥିଲେ। ପରେ ତହସିଲଦାରଙ୍କ ଉପସ୍ଥିତିରେ ପ୍ରଥମ ପର୍ଯ୍ୟାୟରେ ସମବାୟ ସମିତିରୁ କୃଷି ଋଣ ନେଇଥିବା ଚାଷୀଙ୍କୁ ଅଗ୍ରାଧିକାର ଭିତ୍ତିରେ ସାର ବଣ୍ଟନ କରାଯାଇଥିଲା। ଦିନେ ଦୁଇଦିନ ମଧ୍ୟରେ ୬୭୫ ବସ୍ତା ୟୁରିଆ ସାର ସୋସାଇଟିକୁ ଆସିବ। ଯେଉଁ ଚାଷୀମାନେ ଆଦୌ ସାର ପାଇ ନାହାନ୍ତି ସେମାନଙ୍କୁ ସାର ଯୋଗାଇଦିଆଯିବ ବୋଲି ସେ କହିଛନ୍ତି। ଗହଳିରେ ଜଣେ ମହିଳା ଚାଷୀ ଚେତାଶୂନ୍ୟ ହୋଇ ତଳେ ପଡ଼ିଯିବା ଖବର ସମ୍ପର୍କରେ ସେ କିଛି ଜାଣିନଥିବା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ତହସିଲଦାରଙ୍କ ନିର୍ଦ୍ଦେଶ ଅନୁସାରେ ଚାଷୀଙ୍କ ଭିଡ଼ ନିୟନ୍ତ୍ରଣ ପାଇଁ ସମବାୟ କାର୍ଯ୍ୟାଳୟ ସମ୍ମୁଖରେ ଖୁବଶୀଘ୍ର ବ୍ୟାରିକେଟ ନିର୍ମାଣ କରାଯିବ ବୋଲି ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri