କନ୍ଧମାଳ: ଲଗାଣ ବର୍ଷାରେ ଭାଙ୍ଗିଛି ୫୦୦ରୁ ଊର୍ଦ୍ଧ୍ୱ ଘର

ଫୁଲବାଣୀ ଅଫିସ,୨୨ା୮: ଲଗାଣ ବର୍ଷାର ପ୍ରଭାବ କନ୍ଧମାଳ ଜିଲାରେ ପଡିଛି। ରବିବାର ବର୍ଷା ପୂର୍ବ ଅପେକ୍ଷା କମିଛି। ଗତ ୧୫ ତାରିଖରୁ ଦୁଇ ଦଫାରେ ହୋଇଥିବା ଲଗାଣ ବର୍ଷାରେ ଜିଲାରେ ଅନେକ କ୍ଷୟକ୍ଷତି ଘଟିଛି। ପାଖାପାଖି ୫୦୦ରୁ ଉଦ୍ଧର୍‌ବ ଘର ଭାଙ୍ଗିଥିବା ବେଳେ ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବଡ ବଡ ଗଛ ଉପୁଡି ପଡିଥିବାରୁ ଦୁର୍ଗମ ଅଞ୍ଚଳଗୁଡିକରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି । ଅନେକ ସ୍ଥାନରେ ବର୍ତମାନ ସୁଦ୍ଧା ବର୍ଷା ଜଳ ଜମି ରହିଛି। ଫଳରେ କିଛି ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହିଛି । ପାହାଡରୁ ମାଟି ଅତଡା ଧସି ଯାତାୟତରେ ବାଧା ସୃଷ୍ଟି ହୋଇଛି। ଫୁଲବାଣୀ ସହର ଦେଇ ପ୍ରବାହିତ ହେଉଥିବା ପିଲାସାଲୁଙ୍କି ନଦୀର ଡାକପାଲା ପୋଲ ଉପରେ ରବିବାର ମଧ୍ୟ ବର୍ଷା ଜଳ ଚାଲିଛି । ଫଳରେ ୨ ନଂ ୱାର୍ଡର ଡାମିଗାଁ, ଡାକପାଲା ଅଞ୍ଚଳ ଲୋକେ ସହରକୁ ଆସିବାରେ ସମସ୍ୟା ସୃଷ୍ଟି ହୋଇଛି। ଲଗାଣ ବର୍ଷା ଯୋଗୁଁ ଜିଲାର ଦାରିଙ୍ଗବାଡି, ଫିରିଙ୍ଗିଆ, ରାଇକିଆ, ତୁମୁଡିବନ୍ଧ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ବର୍ଷା କମିବା ପରେ ଏବେ ପ୍ରଶାସନ ପକ୍ଷରୁ ସଂପୂର୍ଣ୍ଣ କ୍ଷୟକ୍ଷତି ଆକଳନ ଆରମ୍ଭ କରାଯାଇଛି । ଫୁଲବାଣୀ ଓ ଫିରିଙ୍ଗିଆ ଠାରେ ଖୋଲା ଯାଇଥିବା ଅସ୍ଥାୟୀ ଶିବିର ରବିବାରଠାରୁ ବନ୍ଦ ରହିଥିବା ଜିଲା ଆପଦକାଳୀନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ସୂଚନା ଦେଇଛନ୍ତି। ସବିଶେଷ ତଥ୍ୟ ଅନୁଯାୟୀ ଜିଲାରେ ପ୍ରାୟ ୫୪୦ ଘର ବର୍ଷା କାରଣରୁ କ୍ଷତିଗ୍ରସ୍ତ ଘର ହୋଇଥିବା ମଣ୍ଡଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri