ମୁଖ୍ୟ ସ୍ରୋତକୁ ଫେରିଲେ ୫ଶହ ମାଓବାଦୀ ସମର୍ଥକ, ଭାଙ୍ଗିଲେ ଶହୀଦ ସ୍ତମ୍ଭ

ଚିତ୍ରକୋଣ୍ଡା/ମାଲକାନଗିରି,୨୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗୁରୁପ୍ରିୟାଠାରେ ସୋମବାର ପୋଲିସ ପ୍ରଶାସନ ପକ୍ଷରୁ ଏକ ସ୍ବତନ୍ତ୍ର ଜନ ସମ୍ପର୍କ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ସ୍ବାଭିମାନ ଅଞ୍ଚଳ ରାଲେଗା ଓ ଧୂଳିପୁଟ ପଞ୍ଚାୟତ ଅଞ୍ଚଳରୁ ୧୮୦ ମିଲେସିଆ ଏବଂ ୩୧୭ ଶହରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ସାମାଜିକ ମୁଖ୍ୟ ସ୍ରୋତରେ ସାମିଲ ହୋଇଥିଲେ। ଏଥିରେ ବିଏସ୍‌ଏଫ ଡିଆଇଜି ଶୈଳେନ୍ଦ୍ର କୁମାର ସିହ୍ନା, ମାଲକାନଗିରି ଏସ୍‌ପି ନୀତେଶ ଓ୍ବଧଓ୍ବାନି, ବିଏସ୍‌ଏଫ୍‌ କମାଣ୍ଡେଣ୍ଟ ବିନୋଦ ସରେନ, ତହସିଲଦାର ପଦ୍ମନାଭ ଡୋରା ଏବଂ ଏସ୍‌ଡ଼ିପିଓଙ୍କ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ୫ଶହରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ପୋଲିସର ବିଶ୍ୱାସ ଭାଜନ ହୋଇ ଶପଥ ପାଠ କରିବା ସହ ମୁଖ୍ୟ ସ୍ରୋତରେ ସାମିଲ ହୋଇଥିଲେ l ପରେ ମାଓବାଦୀଙ୍କ କୁଶପୁତ୍ତଳିକା ଦାହ କରିବା ସହିତ ମାଓବାଦୀଙ୍କ ଶହୀଦ ସ୍ତମ୍ଭକୁ ଭାଙ୍ଗିଥିଲେ l ଏହି ଅବସରରେ ପୋଲିସ ପ୍ରଶାସନ ପକ୍ଷରୁ ବସ୍ତ୍ର, ଖେଳ ସାମଗ୍ରୀ ଏବଂ ବିଭିନ୍ନ ଉପକରଣ ପ୍ରଦାନ କରାଯାଇଥିଲା l କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିକାଶମୂଳକ କାର୍ଯ୍ୟରେ ଆକୃଷ୍ଟ ହୋଇ ସେମାନେ ମୁଖ୍ୟ ସ୍ରୋତରେ ସାମିଲ ହୋଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri