୫୦୦ରୁ ଊର୍ଦ୍ଧ୍ୱ କଇଁଛ ଜବତ, ୪ ଗିରଫ

ମାଲକାନଗିରି,୫।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ମୋଟୁ ବନ ବିଭାଗ ଦ୍ୱାରା ବୁଧବାର ସକାଳେ ୫୦୦ରୁ ଊର୍ଦ୍ଧ୍ୱ ଜୀବନ୍ତ କଇଁଛ ଜବତ ହୋଇଛି। ଆନ୍ଧ୍ର- ଓଡ଼ିଶା ସୀମାନ୍ତ ମୋଟୁ ତନଖି ଫାଟକ ନିକଟରୁ ବନ ବିଭାଗ ୨ଟି ପିକ୍‌ଅପ୍‌ ଭ୍ୟାନ୍‌ରେ ଥିବା କଇଁଛ ଜବତ କରିବା ସହ ଚୋରାଚାଲାଣରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରିଛି।
ବିଶେଷ ସୂତ୍ରରୁ ଖବରପାଇ ମୋଟୁ ବନ ବିଭାଗ ତରଫରୁ ଆନ୍ଧ୍ର-ଓଡ଼ିଶା ସୀମାନ୍ତ ମୋଟୁ-ଚିନ୍ତୁର ରାସ୍ତା ନିକଟରେ ପଇଁତରା ମାରିଥିଲେ। ସେହି ସମୟରେ ୨ଟି ପିକ୍‌ଅପ୍‌ ଭ୍ୟାନ୍‌ ଦ୍ରୁତଗତିରେ ଆସୁଥିବା ବନ ବିଭାଗ କର୍ମଚାରୀମାନେ ଦେଖି ଉକ୍ତ ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲେ। ଗାଡ଼ିରେ ଥିବା ବ୍ୟକ୍ତିଙ୍କୁ ପଚରାଉଚୁରା କରିବାରୁ ଗାଡିରେ ସାର (ଖତ) ଥିବା ସେମାନେ କହିଥିଲେ। ବନ ବିଭାଗ କର୍ମଚାରୀ ଗାଡ଼ିକୁ ଭଲଭାବେ ତଲାସି କରିବାରୁ ଗାଡ଼ି ଭିତରେ ଏକ କଣ୍ଟେନରରେ ଥିବା କଇଁଛ ଜବତ କରିବା ସହ ୨ଟି ଗାଡ଼ିରେ ଥିବା ୪ ଜଣଙ୍କୁ ଗିରଫ କରିଥିଲେ। ଏହି ଦୁଇଟି ଗାଡ଼ିରେ ୫୦୦ରୁ ଊର୍ଦ୍ଧ୍ୱ କଇଁଛ ଆନ୍ଧ୍ରପ୍ରଦେଶରୁ ଓଡ଼ିଶାକୁ ଚୋରାଚାଲାଣ ହେଉଥିଲା। ଜବତ କଇଁଛ ଓ ୨ଟି ପିକ୍‌ଅପ୍‌ ଭ୍ୟାନ୍‌କୁ ଏମ୍‌ଭି ୭୯ କାର୍ଯ୍ୟାଳୟରେ ରଖାଯାଇଛି। ଏ ନେଇ ତଦନ୍ତ ଜାରି ରହିଥିବା ବନାଞ୍ଚଳ ଅଧିକାରୀ ରଶ୍ମିରଞ୍ଜନ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri