୫୦ ହଜାରରୁ ଊର୍ଦ୍ଧ୍ୱ ନୂତନ ନିଯୁକ୍ତି ଦେବ ଗଣଶିକ୍ଷା ବିଭାଗ

ଭୁବନେଶ୍ୱର, ୧୪ା୩(ବ୍ୟୁରୋ):ରାଜ୍ୟରେ ଥିବା ଶିକ୍ଷାନୁଷ୍ଠାନ, ଛାତ୍ରୀଛାତ୍ର ଓ ଶିକ୍ଷାଦାନ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ୨୨,୫୨,୭୮୦.୨୩ ଲକ୍ଷ ଟଙ୍କାର ବ୍ୟୟବରାଦ କରାଯାଇଛି। ସେଥିମଧ୍ୟରୁ ପ୍ରଶାସନିକ ଖର୍ଚ୍ଚ ପାଇଁ ୧୨,୮୬,୨୮୪.୨୩ ଲକ୍ଷ ଓ କାର୍ଯ୍ୟକ୍ରମ ଖର୍ଚ୍ଚ ବାବଦକୁ ୯,୬୬,୪୯୬ ଲକ୍ଷ ଟଙ୍କା ରହିଛି। ସୋମବାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବାର୍ଷିକ ବଜେଟ ବିଷୟରେ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହା କହିଛନ୍ତି। ସେ କହିଛନ୍ତି, ଚଳିତ ବଜେଟ ୨୦୨୨-୨୩ ଆର୍ଥିକ ବର୍ଷ ତୁଳନkରେ ପ୍ରାୟ ୫% ଅଧିକ ରହିଛି। ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ୫୦ ହଜାରରୁ ଊର୍ଦ୍ଧ୍ୱ ନୂତନ ନିଯୁକ୍ତି ପ୍ରଦାନ କରାଯିବ। ଏଥିସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଉ ୨୩୬ଟି ଛାତ୍ରାବାସ ନୂତନ ଭାବେ ନିର୍ମାଣ ହେବ। ଗତ ଆର୍ଥିକ ବର୍ଷରେ ସ୍କୁଲ ୟୁନିଫର୍ମ ଓ ଅନ୍ୟାନ୍ୟ ସହାୟକ ସାମଗ୍ରୀ ପାଇଁ ପୂର୍ବରୁ ପ୍ରତି ଛାତ୍ରୀଛାତ୍ରଙ୍କୁ ୬୦୦ଟଙ୍କା ଲେଖାଏ ପ୍ରଦାନ କରାଯାଉଥିବା ବେଳେ ଏବେ ତାହାକୁ ୧୦୦୦ଟଙ୍କା କରିବାକୁ ପ୍ରସ୍ତାବ ରହିଛି। ଏହି ଯୋଜନା ନିମନ୍ତେ ୨୩,୪୪୬ ଲକ୍ଷ ଟଙ୍କାର ବ୍ୟୟବରାଦ କରାଯାଇଛି। ସରକାରୀ ଓ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ନୋଟ୍‌ବୁକ୍‌ର ବ୍ୟବସ୍ଥା କରାଯାଇଛି। ସେହିପରି ଶିକ୍ଷାନୁଷ୍ଠାନଗୁଡ଼ିକର ଭିତ୍ତିଭୂମିରେ ସର୍ବାଙ୍ଗୀନ ଉନ୍ନତି ପାଇଁ ୨୦୨୩-୨୪ ବଜେଟ୍‌ରେ ୨୭୭୮.୨୫ କୋଟି ଟଙ୍କାର ପ୍ରାବଧାନ କରାଯାଇଛି। ପ୍ରାଥମିକ ଶିକ୍ଷାନୁଷ୍ଠାନ ଭିତ୍ତିଭୂମି ନିମନ୍ତେ ୧୭୦୦ଲକ୍ଷ, ସୈନିକ ସ୍କୁଲ ନିର୍ମାଣ ପାଇଁ ୮୫୦ଲକ୍ଷ, ମାଧ୍ୟମିକ ଶିକ୍ଷାନୁଷ୍ଠାନ ଭିତ୍ତିଭୂମି ପାଇଁ ୨,୬୫୦ଲକ୍ଷ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନର ଭିତ୍ତିଭୂମି ପାଇଁ ୬,୮୦୦ଲକ୍ଷ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ ପାଇଁ ୧୦୦ଲକ୍ଷ ଟଙ୍କାର ବ୍ୟୟବରାଦ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ଚଳିତ ଆର୍ଥିକ ବର୍ଷ ପାଇଁ ଗଣଶିକ୍ଷା ବିଭାଗ ଅଧୀନରେ ୫୧,୫୩୫ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ ୧,୦୭୦ ଶିକ୍ଷକ ନିଯୁକ୍ତି ନିମନ୍ତେ ୧୦୪୫.୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଅଧାରୁ ପାଠ ଛାଡ଼ିଥିବା ଛାତ୍ରୀଛାତ୍ରଙ୍କ ପାଇଁ ନ୍ୟୁ ଇଣ୍ଡିଆ ଲିଟେରାସି ପ୍ରୋଗ୍ରାମରେ ୭୧୫.୬୨ଲକ୍ଷ ଟଙ୍କାର ବ୍ୟୟବରାଦ କରାଯିବା ସହ ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନୂତନ ଭାବେ ନିର୍ମାଣ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ବିଭାଗୀୟ ସଚିବ ଅଶ୍ୱଥୀ ଏସ୍‌. ନୂଆ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ହାଇସ୍କୁଲ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୫୦ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ମାଧ୍ୟମରେ ଖାଲିଥିବା ପଦବୀ ପୂରଣ କରିବାକୁ ସରକାର ପ୍ରାଥମିକତା ଦେଉଥିବା ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?